• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ବର୍ଷା ଆସୁଛି, ସତର୍କ ରୁହ। ଲଘୁଚାପଜନିତ ବର୍ଷା ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ SRC। ସତର୍କ କରିବା ସହ ଜିଲ୍ଲାପାଳମାନଙ୍କୁ SRC ଚିଠି କରିଛନ୍ତି।

ଲଘୁଚାପ ଜନିତ ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି। ମୟୂରଭଂଜ, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁରକୁ ଆଲର୍ଟ କରାଯାଇଛି।

ତେବେ ଏନେଇ ପରିସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆରସି। ସତର୍କ କରିବା ସହ ଜିଲ୍ଲାପାଳମାନଙ୍କୁ SRC ଚିଠି ଲେଖିଛନ୍ତି। ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିବା ସମ୍ଭାବନା ରହିଛି। ଏଥିପାଇଁ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ତୟାର ରହିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ବଙ୍ଗୋପ ସାଗରରେ ସକ୍ରିୟ ହୋଇଛି ଲଘୁଚାପ। ବର୍ତ୍ତମାନ ପାଇଁ ଉତ୍ତର ବଙ୍ଗୋପ ସାଗରରେ ଏହି ଲଘୁଚାପ ହିଁ ରହିଛି। ଏହି ଲଘୁଚାପ ସମୁଦ୍ରପତ୍ତନ ଠାରୁ ୭. ୬ କିଲୋମିଟର ପର୍ଯ୍ୟନ୍ତ ବାୟୁମଣ୍ଡଳରୁ ଲମ୍ବିଛି ଏହି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଗତକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି।

ଖୋର୍ଦ୍ଧା ବାଲିପାଟଣାରେ ୧୨୪ ମିଲିମିଟର ଏବଂ ଚାନ୍ଦବାଲିରେ ୯୬ ମିମି ବର୍ଷା ରେକର୍ଡ ହୋଇଛି। ଆଜିଠାରୁ ବାଲେଶ୍ୱର, ଭଦ୍ରକ, ମୟୂରଭଂଜ, ବୌଦ, ଢେଙ୍ଗାନାଳ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼ ଓ କଟକରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାଗୁଡ଼ିକରେ ଆଗାମୀ ୨ରୁ ୩ ଦିନ ଧରି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଲଘୁଚାପ ପ୍ରଭାବରେ ଉତ୍ତର ବଙ୍ଗୋପ ସାଗର ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପ ସାଗରରେ ପବନର ବେଗ ୪୦ରୁ ୫୦ କିଲୋମିଟର ମଧ୍ୟରେ ରହିବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Src-letter-to-collector-says-be-alert
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories