ଆସୁଛି ବର୍ଷା, ସତର୍କ ରୁହ: SRC

ଭୁବନେଶ୍ୱର: ରାଜ୍ୟରେ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ SRCଙ୍କ ଚିଠି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଯେକୌଣସି ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଚିଠିରେ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି।

ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ଦୁଷ୍ଟିରୁ ସଜାଗ ରହିବାକୁ କୁହାୟାଇଛି। ବର୍ଷା ସହ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ଲାଗି ପରାମର୍ଶ ଦିଆଯାଇଛି।

ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ଅବପାତରେ ପରିଣତ ହୋଇଛି। ଆଜି ସକାଳ ୫ଟା ୩୦ରେ ସୃଷ୍ଟ ଲଘୁଚାପ ଅବପାତ ରୂପ ନେଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ ସମ୍ଭାବନା ରହିଛି।

ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ବିଶାଖାପାଟଣାରୁ ୪୦୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଓଡ଼ିଶାର ୧୩ ଜିଲ୍ଲା ପାଇଁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା କରାଯାଇଛି। କଟକ ଓ ଭୁବନେଶ୍ୱରରେ ଆକାଶ ମେଘୁଆ ସହ ଅସରାଏ ୨ ଅସରା ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି।

You might also like