ନୂଆ ୪୮ କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ନୂଆ ୪୮ କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ରାଜ୍ୟ ସରକାର ତଥ୍ୟ ପ୍ରଦାନ କରିଛନ୍ତି । ୪୮ କରୋନା ଆକ୍ରାନ୍ତଙ୍କ ମଧ୍ୟରେ କନ୍ଧମାଳରୁ ୨ ଜଣ ଆକ୍ରାନ୍ତ ହୋଇଛନ୍ତି। ଏମାନେ ତାମିଲନାଡ଼ୁରୁ ଫେରି କ୍ୱାରେଣ୍ଟିନ୍ ସେଣ୍ଟରରେ ରହିଥିଲେ।

ପୁରୀରେ ଚିହ୍ନଟ ନୂଆ ୪ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ତାମିଲନାଡୁ ଓ ଜଣେ ଆନ୍ଧ୍ର ପ୍ରଦେଶରୁ ଫେରି କ୍ୱାରେଣ୍ଟିନ୍ ସେଣ୍ଟରରେ ଥିଲେ। ଅନ୍ୟ ଜଣେ ପୁରୀର ସ୍ଥାନୀୟ ବାସିନ୍ଦା ଥିବା ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯାଜପୁରରେ ଚିହ୍ନଟ ନୂଆ ୧୬ ଆକ୍ରାନ୍ତଙ୍କ ମଧ୍ୟରେ ୭ ଜଣ ପଶ୍ଚିମବଙ୍ଗ, ଜଣେ ତେଲେଙ୍ଗାନାରୁ ଏବଂ ୪ ଜଣ ଆନ୍ଧ୍ର ପ୍ରଦେଶ ଓ ୪ ଜଣ ଅହମ୍ମଦାବାଦରୁ ଫେରି କ୍ୱାରେଣ୍ଟିନ୍ ସେଣ୍ଟରରେ ରହିଥିଲେ। କେନ୍ଦ୍ରାପଡ଼ାରେ ଚିହ୍ନଟ ୩ ନୂଆ ଆକ୍ରାନ୍ତ ପଶ୍ଚିମବଙ୍ଗରୁ ଫେରିଥିଲେ ଓ ସମସ୍ତେ କ୍ୱାରେଣ୍ଟିନ୍‌ରେ ଥିଲେ। ସେହିପରି ଖୋର୍ଦ୍ଧାରୁ ଚିହ୍ନଟ ଜଣେ ନୂଆ ଆକ୍ରାନ୍ତ ସୁରତରୁ ଫେରି କ୍ୱାରେଣ୍ଟିନ୍‌ରେ ଥିଲେ।

ଗଞ୍ଜାମରେ ଚିହ୍ନଟ ନୂଆ ୧୫ ଆକ୍ରାନ୍ତଙ୍କ ମଧ୍ୟରେ ୧୪ ଜଣ ସୁରତ ଓ ଜଣେ ବେଙ୍ଗାଲୁରୁରୁ ଫେରି କ୍ୱାରେଣ୍ଟିନ୍ ସେଣ୍ଟରରେ ଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି କଟକରେ ଚିହ୍ନଟ ନୂଆ ଆକ୍ରାନ୍ତ ଜଣକ ମହାରାଷ୍ଟ୍ର, ବୌଦ୍ଧରେ ଚିହ୍ନଟ ନୂଆ ଆକ୍ରାନ୍ତ ଜଣକ ସୁରତ, ବଲାଙ୍ଗିରରେ ଚିହ୍ନଟ ନୂଆ ୨ ଆକ୍ରାନ୍ତ ସୁରତ ଓ ନୟାଗଡ଼ରେ ଚିହ୍ନଟ ନୂଆ ୩ ଆକ୍ରାନ୍ତ ଅହମ୍ମଦାବାଦରୁ ଫେରିଥିଲେ ଏମାନେ ସମସ୍ତେ କ୍ୱାରେଣ୍ଟିନ୍ ସେଣ୍ଟରରେ ରହୁଥିଲେ।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଆଖି ବୁଜିଲେ ୧୬ କରୋନା ଆକ୍ରାନ୍ତ

Corona Update In Odisha: ଆଜି ବି ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ହଜାର ତଳେ

କରୋନା ପାଇଁ କ୍ରିକେଟର ସାଜିଲେ କୁଲି

ଟ୍ରେନ୍ ଇଞ୍ଜିନ୍ ଲାଇନଚ୍ୟୁତ

ବୃଦ୍ଧ ଦମ୍ପତିଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ

ବର୍ଷା ହେଲେ ବସ୍ତିରେ ଚିନ୍ତା, ବାରମ୍ବାର ପ୍ରତିଶ୍ରୁତି ପରେ ବି କରାଯାଉନି ଥଇଥାନ

ଦୁର୍ଘଟଣା ଯୋଗୁଁ ଓଜେଇଇରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ପାଇଁ ହେବ ସ୍ୱତନ୍ତ୍ର ପରୀକ୍ଷା

ବଗଲା ଧର୍ମଶାଳା ଜମିକୁ ନେଇ ଗୋଟିକ ପରେ ଗୋଟିଏ ବିଭ୍ରାନ୍ତି

ମନ୍ତ୍ରୀଙ୍କ ଦାୟିତ୍ୱହୀନତା: ଜୀବିତ ସମୀର ଦେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରତାପ ଜେନା

ଗଣମାଧ୍ୟମ ପ୍ରତିନିଧିଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କଲା ଏନ୍‌ୟୁଜେ

ସୁସ୍ଥ ହେଲେ ୨୭୩୮ କରୋନା ଆକ୍ରାନ୍ତ

ନଭେମ୍ବର ୫ରୁ +୨ ଅପ୍‌ସନାଲ ପରୀକ୍ଷା

You might also like