ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ଶାସ୍ତ୍ରୀୟ କଣ୍ଠଶିଳ୍ପୀ ତଥା ପ୍ରଖ୍ୟାତ କବି ବୈକୁଣ୍ଠନାଥ ପଟ୍ଟନାୟକଙ୍କ ଝିଅ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। କୋଲକାତାର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି।

ଅସୁସ୍ଥତା କାରଣରୁ ଦୀର୍ଘଦିନ ଧରି ସେ ମେଡିକାଲରେ ଚିକିତ୍ସାଧିନ ଥିଲେ। ଓଡ଼ିଶା ସଙ୍ଗୀତ ଏକାଡେମୀ ସହ ଅନେକ ଜାତୀୟ ସମ୍ମାନରେ ସୁନନ୍ଦା ସମ୍ମାନିତ ହୋଇଥିଲେ।

ସୁନନ୍ଦାଙ୍କ ଜୀବନୀ ଉପରେ ନିର୍ମିତ ପ୍ରାମାଣିକ ଚଳଚ୍ଚିତ୍ର ‘ନୀଳମାଧବ’ ଜାତୀୟ ସ୍ତରରେ ପୁରସ୍କୃତ ହୋଇଥିଲା। ୨୦୧୦ରେ ୫୮ ତମ ରାଷ୍ଟ୍ରୀୟ ଫିଲ୍ମ ପୁରସ୍କାରର ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର ବର୍ଗରେ ନୀଳମାଧବ ପୁରସ୍କୃତ ହୋଇଥିଲା।

ସୁନନ୍ଦାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖପ୍ରକାଶ କରିଛନ୍ତି। ସେ ଟ୍ୱିଟ୍ କରି କହିଛନ୍ତି, “ବିଶିଷ୍ଟ ଶାସ୍ତ୍ରୀୟ ସଙ୍ଗୀତ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଶାସ୍ତ୍ରୀୟ ସଙ୍ଗୀତ ଜଗତରେ ତାଙ୍କ ସ୍ଥାନ ସର୍ବଦା ସ୍ୱତନ୍ତ୍ର ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।”

You might also like