ଛତର ଯାତ୍ରାକୁ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବାନୀପାଟଣାର ପ୍ରସିଦ୍ଧ ଛତର ଯାତ୍ରା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ଆସିଛି।  ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ଅନ୍ତରୀଣ ସ୍ଥଗିତାଦେଶ ଲଗାଇଛନ୍ତି ସୁପ୍ରିମକୋର୍ଟ।

ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ ପରେ ଛତରଯାତ୍ରା ନେଇ କଳାହାଣ୍ଡି ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଛତର ଯାତ୍ରା କୋଭିଡ୍ କଟକଣା ନିୟମ ମାନି ଆୟୋଜନ ହେବ ଏବଂ  ଜନସମାଗମକୁ ବାରଣ କରାଯିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଛତର ଯାତ୍ରା ଓଡ଼ିଶାର କଳାହାଣ୍ଡି ଜିଲ୍ଲାର ଏକ ପାରମ୍ପରିକ ପର୍ବ। ଏହି ପର୍ବଟି କଳାହାଣ୍ଡି ରାଜପରିବାର ସ‌ହ ଜଡ଼ିତ ମାଆ ମାଣିକେଶ୍ୱରୀଙ୍କର ଏକ ମୁଖ୍ୟ ପର୍ବ ।

You might also like