ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ଙ୍କ ଧର୍ମପତ୍ନୀଙ୍କ ପରଲୋକ
ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ପରଲୋକ ହୋଇଯାଇଛି।
ସୁଶିଳା ଦେବୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଧର୍ମପ୍ରାଣ, ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।
ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଏବଂ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ସୁଶିଳା ଦେବୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି।
ଗତ ନଭେମ୍ବର ୧ ତାରିଖରୁ ସୁଶିଳା ଦେବୀ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ।