୪୦ ଡିଗ୍ରୀ ତାପମାତ୍ରା ଟପିଲା ରାଜଧାନୀ ଭୁବନେଶ୍ୱରରେ

୪୦ ଛୁଇଁଲା ରାଜଧାନୀ

ଭୁବନେଶ୍ୱର: ଭୁବନେଶ୍ୱର ତାପମାତ୍ରା ୪୦ ଡିଗ୍ରୀ ଟପିଛି, ଭୁବନେଶ୍ୱରରେ ଆଜିର ତାପମାତ୍ରା ୪୦.୪ ଡିଗ୍ରୀ ସେଲସିୟସ ପାଣିପାଗ ବିଭାଗ ପକ୍ଷରୁ ରେକର୍ଡ କରାଯାଇଛି। ତେବେ ଦ୍ୱିତୀୟ ଦିନ ଲାଗି ଦେଶର ସବୁଠୁ ଉତ୍ତପ୍ତ ସହର ଭାବେ ସାମ୍ନାକୁ ଆସିଲା ରାଜଧାନୀ ଭୁବନେଶ୍ୱର । ଆଜି ଦିନବେଳା ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୯.୪ ଡିଗ୍ରି ସେଲସିଅସ୍ ରେକର୍ଡ କରାଯାଇଛି, ଯାହା ଗତ ୧୦ ବର୍ଷରେ ତୃତୀୟ ସର୍ବାଧିକ ବୋଲି କୁହାଯାଉଛି । ତେବେ ଆସନ୍ତା ୫ ଦିନ ଯାଏଁ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରି ଅଧିକ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ତେବେ ମାଘ ମାସ ସରିନି, ହେଲେ ପାରଦ ୪୦ ଡିଗ୍ରୀ ସେଲସିୟସ ଟପିଲାଣି। ଗତ୨୪ ତାରିଖରେ ରାଜଧାନୀରେ ତାପମାତ୍ରା ୩୭ ଦଶମିକ ୧ ଡିଗ୍ରୀ ଥିଲା। ଗତ ୨୫ ତାରଖରେ ଭୁବନେଶ୍ୱରର ତାପମାତ୍ରା ୩୮ ଡିଗ୍ରୀ ପାର୍ କରିଥିଲା। ଗତକାଲି ଭୁବନେଶ୍ୱର ତାପମାତ୍ରା ୩୯ ଡିଗ୍ରୀ ପାର କରିଥିଲା। ଲଗାତର ତିନ ଦିନ ହେଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର ପାଲଟିଛି।

 

You might also like