ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

କଟକ: ଚୌଦ୍ୱାର ଅଞ୍ଚଳରେ ହାତୀ ଆତଙ୍କ। ହାତୀ ଆକ୍ରମଣରେ ଟାଙ୍ଗୀ କହ୍ନେଇପୁର ପଞ୍ଚାୟତ ବଡ଼ପୋଖରୀ ଗାଁର ଜଣଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି। ମୃତକ ହେଲେ ରାମ ସିଂଙ୍କ ପତ୍ନୀ ମୀନା ସିଂ।

ଏହି ଘଟଣାକୁ କେନ୍ଦ୍ରକରି ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। କ୍ଷତିପୂରଣ ଦାବିରେ ମହିଳାଙ୍କ ମୃତଦେହ ଭଗତପୁର ମିଲ୍ ଛକରେ ରାସ୍ତା ଉପରେ ରଖି ଲୋକେ ଟାୟାର ଜାଳି ଅବରୋଧ କରିଛନ୍ତି। ଅଭିଯୋଗ ଅନୁଯାୟୀ, ଗତକାଲି ସନ୍ଧ୍ୟାରେ ମହିଳା ଜଣକ ନିଖୋଜ ଥିଲେ। ଆଜି ସକାଳୁ ତାଙ୍କ ମୃତଦେହ ସ୍ଥାନୀୟ ଜଙ୍ଗଲରୁ ଉଦ୍ଧାର କରାଯାଇଥିଲା। ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିବା ଲୋକେ ଅଭିଯୋଗ କରିଛନ୍ତି। ତେବେ ଏନେଇ ବନବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।

ଆହୁରି ପଢ଼ନ୍ତୁ

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

You might also like