ରୋଗୀ ମୃତ୍ୟୁକୁ ନେଇ ଡାକ୍ତରଖାନାରେ ଉତ୍ତେଜନା

ଭଦ୍ରକ: ରୋଗୀ ମୃତ୍ୟୁକୁ ନେଇ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଉତ୍ତେଜନା। ଡାକ୍ତରଙ୍କ ଭୁଲ ଚିକିତ୍ସା ଯୋଗୁଁ ରୋଗୀ ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ। ପରେ ଏହି ଘଟଣାକୁ ନେଇ ମେଡିକାଲ କର୍ମଚାରୀଙ୍କ ସହ ମୃତ ବ୍ୟକ୍ତିଙ୍କ ପରିବାର ଲୋକଙ୍କ ଧସ୍ତାଧସ୍ତି ହୋଇଥିଲା।

ସୂଚନା ଅନୁଯାୟୀ, ଧୂଷୁରୀ ଥାନା ଠାକୁରପାଟଣା  ଗାଁର ଅବସରପ୍ରାପ୍ତ ସେନା କର୍ମଚାରୀ ସତ୍ୟେନ୍ଦୁ ମଲିକ ଗାଡ଼ିଆରେ ପଡି ଯାଇଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକ ପ୍ରଥମେ ଧୂଷୁରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରେ ଭଦ୍ରକ ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। କ୍ରମଶଃ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କର ମୃତ୍ୟୁ ହୋଇଥିଲା।

ରୋଗୀଟିର ମୃତ୍ୟୁ ପରେ ମେଡିକାଲରେ ଦେଖାଦେଇଥିଲା ଉତ୍ତେଜନା। ମୃତ ବ୍ୟକ୍ତିଙ୍କ ପରିବାର ଲୋକ ମେଡିକାଲ କର୍ମଚାରୀଙ୍କ ସହ ପାଟି ତୁଣ୍ଡ କରିବା ସହ ଧସ୍ତାଧସ୍ତି କରିଥିଲେ।

ଏପରିକି ମେଡିକାଲ ଆଉଟଡୋରରେ ରୋଗୀଙ୍କ ସମ୍ପର୍କୀୟ ମାନେ ପଶି ହଟ୍ଟଗୋଳ କରିଥିଲେ। ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିବା ସହ ଘଟଣାର ଅନୁଧ୍ୟାନ କରୁଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like