ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପ୍ରଫେସର-ଛାତ୍ରଙ୍କ ମଧ୍ୟରେ ମାର୍‌ପିଟ୍‌

ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପ୍ରଫେସର-ଛାତ୍ର ହାତାହାତି ହୋଇଛନ୍ତି। ରାଜନୀତି ବିଜ୍ଞାନ ବିଭାଗର ଜଣେ ପ୍ରଫେସର ଓ ଜଣେ ଏମ୍‌ଫିଲ୍ ଛାତ୍ରଙ୍କ ମଧ୍ୟରେ ମାର୍‌ପିଟ୍ ଓ ଆକ୍ରମଣ ପ୍ରତିଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି।

ଉଭୟ ପକ୍ଷରୁ ଦୁଇ ଜଣ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ବୁର୍ଲା ବଡ଼ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। କ୍ୟାମ୍ପସ୍‌ରେ ପୁଲିସ୍ ମୁତୟନ କରାଯାଇଛି।

ଛାତ୍ର ଜଣଙ୍କ କହିଛନ୍ତି,“ମୁଁ ଛିଡ଼ା ହୋଇଥିବା ବେଳେ ରାଜନୀତି ବିଜ୍ଞାନ ବିଭାଗର ପ୍ରଫେସର କୁଜୁର ମୋତେ ନିଜ ପ୍ରକୋଷ୍ଠକୁ ଡାକି ମଦ ପିଇବାକୁ ଦେଇଥିଲେ। ଏହାକୁ ନେଇ ଗଣ୍ଡଗୋଳ ହୋଇଥିଲା।”

ଅନ୍ୟପଟେ ପ୍ରଫେସର କୁଜୁରଙ୍କ ଅଭିଯୋଗ ଅନୁସାରେ, ସେ ଏକୁଟିଆ ବସିଥିବା ସମୟରେ ବିଶ୍ୱବିଦ୍ୟାଳୟର ଏକ ନିର୍ଦ୍ଦିଷ୍ଠ ଗୋଷ୍ଠୀର ୩ଜଣ ଛାତ୍ର ତାଙ୍କ ପ୍ରକୋଷ୍ଠକୁ ପଶି ଗଣ୍ଡଗୋଳ ଓ ମାରପିଟ୍ କରିଥିଲେ।

You might also like