ଶବକୁ ମିଳିଲାନି କାନ୍ଧ, ଟ୍ରଲିରେ ବୁହାହେଲେ

ଗଞ୍ଜାମ: କରୋନା ଭୟରେ ମୃତଦେହକୁ କାନ୍ଧ ଦେବାକୁ ଆସିଲେନି  ରକ୍ତ ସଂପର୍କୀୟ।  ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଂଜାମ ଜିଲ୍ଲା ବୁଗୁଡ଼ାରେ।

ଖବର ଅନୁଯାୟୀ, ଜଣେ ହୋଟେଲ ମାଲିକଙ୍କ ପୁଅ ସପ୍ତାହେ ହେଲା ଜ୍ୱରରେ ଆକ୍ରାନ୍ତ ହୋଇ ବୁଗୁଡ଼ା ମେଡିକାଲରେ ଚିକିତ୍ସିତ ହେଉଥିଲେ।  ଗତକାଲି ସଂଧ୍ୟାରେ ଘରକୁ ଫେରିଥିବା ବେଳେ ଆଜି ତାଙ୍କର ମୃତ୍ୟୁ ହୋଇଥିଲା । ତେବେ ମୃତଦେହକୁ କାନ୍ଧ ଦେବାକୁ କେହି ରକ୍ତ ସଂପର୍କୀୟ ଆସିନଥିବାରୁ ଏକ ଟ୍ରଲିରେ ମୃତଦେହ ଶ୍ମଶାନକୁ ନିଆଯାଇଥିଲା । ଟ୍ରଲିରେ ମୃତଦେହ ଶ୍ମଶାନକୁ ନେବାର ଭିଜୁଆଲ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ।

ଅନ୍ୟପକ୍ଷରେ ବୁଗୁଡ଼ାରେ ସପ୍ତାହେ ଭିତରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣଙ୍କୁ କେହି କାନ୍ଧ ଦେବାକୁ ଆସିନଥିବା ସ୍ଥାନୀୟ ଲୋକେ କହିଛନ୍ତି । ପ୍ରଶାସନ କୌଣସି ପଦକ୍ଷେପ ନେଉନଥିବା ମଧ୍ୟ ଲୋକେ ଅଭିଯୋଗ କରିଛନ୍ତି । ତେବେ ଏପ୍ରସଙ୍ଗରେ ସ୍ଥାନୀୟ ପ୍ରଶାସନର ପ୍ରତିକ୍ରିୟା ମିଳିପାରିନାହିଁ ।

ଆହୁରି ପଢ଼ନ୍ତୁ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

You might also like