ଓଲଟିଲା ପ୍ରବାସୀ ଶ୍ରମିକଙ୍କ ବସ୍‌

ଜଳେଶ୍ୱର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଲକ୍ଷ୍ମଣନାଥ ଟୋଲ୍‌ଗେଟ୍(ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତ) ନିକଟରେ ଏକ ପ୍ରବାସୀ ଶ୍ରମିକଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୪ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ଜଳେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆଜି ଦିନ ୧୦ଟା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, କେରଳରୁ ୫୦ଜଣ ପ୍ରବାସୀ ଶ୍ରମିକଙ୍କୁ ଧରି କୋଲକାତା ଫେରୁଥିବା ଏକ ବସ୍ ଲକ୍ଷ୍ମଣନାଥ ଟୋଲ୍‌ଗେଟ୍‌ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ବସ୍‌ରେ ପାଖାପାଖି ୫୦ଜଣ ଶ୍ରମିକ ଥିଲେ। ଦୁର୍ଘଟଣାରେ ୪ଜଣ ଗୁରୁତର ଭାବେ ଆହତ ହୋଇଥିବା ବେଳେ ୪୬ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି।

You might also like