ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ପ୍ରସ୍ତାବ ଗୃହୀତ

ଭୁବନେଶ୍ୱର: ଐତିହ୍ୟ କ୍ୟାବିନେଟରେ ୭ଟି ପ୍ରସ୍ତାବକୁ ମଂଜୁରୀ। ଐତିହ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇ ବିଭାଗୀୟ ମନ୍ତ୍ରୀଙ୍କ ସୂଚନା। ପ୍ରେସ୍ ମିଟ୍‌ରେ ବିଭାଗୀୟ ମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେବା ପାଇଁ ପଦକ୍ଷେପ ନିଆଯାଇଛି।

  • ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ କେନ୍ଦ୍ରକୁ ଅନୁମୋଦନ ନିମନ୍ତେ ପ୍ରସ୍ତାବ ପାରିତ।
  • ପ୍ରତ୍ନତତ୍ତ୍ୱ ପାଇଁ ସ୍ୱତନ୍ତ୍ର ନିର୍ଦ୍ଦେଶାଳୟ ଓ ନିର୍ଦ୍ଦେଶକ ପାଇଁ ପ୍ରସ୍ତାବ ପାରିତ।
  • ରାଜ୍ୟ ସଂଗ୍ରହାଳୟ ପାଇଁ ନିର୍ଦ୍ଦେଶାଳୟ ଓ ନିର୍ଦ୍ଦେଶକ ପ୍ରସ୍ତାବ ମଂଜୁର।
  • ରାଜ୍ୟ ସଂଗ୍ରହାଳୟ ଓ ଆନନ୍ଦ ଭବନ ସଂଗ୍ରହାଳୟକୁ ଭର୍ଚୁଆଲ କରାଯିବ।
  • ସଂସ୍କୃତି ବିଭାଗ ଦ୍ୱାରା ପରିଚାଳିତ ଏକାଡେମୀ ପୁରସ୍କାର ରାଶି ବୃଦ୍ଧି।
  • ଅତିବଡ଼ି, କବି ସମ୍ରାଟ, ଧର୍ମପଦ, ବ୍ୟାସକବି ପୁରସ୍କାର ୫ ଲକ୍ଷକୁ ବୃଦ୍ଧି।
  • ଏକାଡେମୀ ପୁରସ୍କାର ୫୦ ହଜାରରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି ନିଷ୍ପତ୍ତି।
  • ଏକାଡେମୀ ସମ୍ବର୍ଦ୍ଧନା ପୁରସ୍କାର ୧ ଲକ୍ଷ ଟଙ୍କାକୁ ବୃଦ୍ଧି ନିଷ୍ପତ୍ତି।
  • ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥାନ ସୁଆଣ୍ଡୋର ବିକାଶ ପାଇଁ ସାଢ଼େ ୧୧ କୋଟି ବ୍ୟୟ କରାଯିବ।
You might also like