ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ମହମ୍ମଦ ରଫିକ୍

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେବେ ଜଷ୍ଟିସ ମହମ୍ମଦ ରଫିକ୍। ଏନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ କରାଯାଇଛି। ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ମହମ୍ମଦ ରଫିକଙ୍କୁ ଓଡିଶା ହାଇକୋର୍ଟଙ୍କୁ ବଦଳି କରାଯାଇଛି।

ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରୀଙ୍କ ଅବସର ପରେ ଜଷ୍ଟିସ ସଞ୍ଜୁ ପଣ୍ଡା ଏବେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଉଛନ୍ତି।

You might also like