ଅଭିନେତା ସୁଶାନ୍ତ ସିଂଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂଙ୍କ ମୃତ୍ୟୁକୁ ନେଇ ସାରା ଦେଶ ସ୍ତବ୍ଧ। ତାଙ୍କର ମୃତ୍ୟୁରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ବହୁ ରାଜନେତା ଶୋକପ୍ରକାଶ କରିଛନ୍ତି।

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକପ୍ରକାଶ କରିଛନ୍ତି। ସେ ଟ୍ୱିଟ୍ କରି କହିଛନ୍ତି ଯେ, ଜଣେ ସଫଳ ଯୁବ ଅଭିନେତା ଏତେଶୀଘ୍ର ଚାଲିଯିବା ଅତ୍ୟନ୍ତ ଦୁଃଖଦାୟକ, ଟେଲିଭିଜନ ଓ ଫିଲ୍ମରେ ସେ ଅନେକ ସଫଳତା ସାଉଁଟିଛନ୍ତି, ତାଙ୍କର ବହୁ ସ୍ମରଣୀୟ ଅଭିନୟ ଅନେକଙ୍କୁ ପ୍ରେରଣା ଦେଇଛି।

ସେହିପରି ସୁଶାନ୍ତଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ସେ ଟ୍ୱିଟ୍ କରି ଅମର ଆତ୍ମାର ସଦଗତି କାମନା କରିଛନ୍ତି। ଅଭିନେତା ସୁଶାନ୍ତ ରାଜପୁତଙ୍କ ହଠାତ୍ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ ବୋଲି ସେ କହିଛନ୍ତି।

ସେହିପରି ସୁଶାନ୍ତ ସିଂଙ୍କ ମୃତ୍ୟୁରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଦୁଃଖପ୍ରକାଶ କରିଛନ୍ତି। ସେ ଟ୍ୱିଟ୍ କରି କହିଛନ୍ତି, ହିନ୍ଦୀ ଫିଲ୍ମର ଯୁବ ପ୍ରତିଭା ସୁଶାନ୍ତ ସିଂଙ୍କ ମୃତ୍ୟୁକୁ ନେଇ ମୁଁ ଅତ୍ୟନ୍ତ ଦୁଃଖିତ। ତାଙ୍କର ଅଭିନୟର କମ୍ ସମୟ ମଧ୍ୟରେ ସେ ଅନେକ ଅବିସ୍ମରଣୀୟ ଭୂମିକା ନିର୍ବାହ କରିଛନ୍ତି। ଏଭଳି ପ୍ରତିଭାଙ୍କ ଏତେ ଶିଘ୍ର ଚାଲିଯିବା ଅପୂରଣୀୟ କ୍ଷତି ଅଟେ।

ସେହିପରି ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକପ୍ରକାଶ କରିଛନ୍ତି। ସେ ଟ୍ୱିଟ୍ କରି ଆଶ୍ଚର୍ଯ୍ୟ ପ୍ରକଟ ସହ ଗଭୀର ଦୁଃଖପ୍ରକାଶ କରିଛନ୍ତି। ଏକ ଉଦୀୟମାନ ଜୀବନର ଏଭଳି ଅନ୍ତ ଘଟିବାରେ ମୁଁ ବିସ୍ମିତ ବୋଲି ବୈଜୟନ୍ତ କହିଛନ୍ତି।

 

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like