କୋଭିଡ୍‌ ନିୟମ ଭାଙ୍ଗିଲେ କୁଳପତି ଏବଂ କୁଳସଚିବ

ବାରିପଦା: ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳପତି ଏବଂ କୁଳସଚିବଙ୍କ ନାଁରେ ବାରିପଦା ଟାଉନ ଥାନାରେ ମାମଲା ରୁଜୁ ହୋଇଛି। କୋଭିଡ ଆଇନ୍ ଉଲଂଘନ ଅଭିଯୋଗରେ ଜଣେ ଛାତ୍ର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଗତ ୪ ଦିନ ଧରି ଛାତ୍ର ମାନେ ବିଶ୍ୱବିଦ୍ୟାଳୟର ମୁଖ୍ୟ ଫାଟକ ସାମ୍ନାରେ ରିଆଡମିଶନ୍ ଫି ଛାଡ ଦାବିରେ ଅନଶନ କରିଥିଲେ। ଭିସି ଏବଂ ରେଜିଷ୍ଟର ଛାତ୍ରମାନଙ୍କ ପାଖକୁ ଯାଇ ବୁଝାସୁଝା କରିଥିଲେ।
ତେବେ ଏହି ସମୟରେ ଉଭୟ ଭିସି ଓ ରେଜିଷ୍ଟର ମାସ୍କ ପିନ୍ଧି ନ ଥିଲେ ଏବଂ ସାମାଜିକ ଦୂରତା ବଜାୟ ରଖିନଥିଲେ ବୋଲି ଅଭିଯୋଗ କରି ବିଶ୍ୱବିଦ୍ୟାଳୟର ପ୍ରଥମ ବର୍ଷର ଛାତ୍ର ଚିତେଶ୍ୱର ବେହେରା ଥାନାରେ ଏତଲା କରିଛନ୍ତି। କୁଳପତି ପ୍ରଫେସର ପ୍ରଦୀପ ଚାନ୍ଦ ଏବଂ ରେଜିଷ୍ଟର ପ୍ରଫେସର ପ୍ରମୋଦ ଶତପଥୀଙ୍କ ନାଁରେ ବାରିପଦା ଟାଉନ ଥାନାରେ ଏପିଡେମିକ୍ ଆକ୍ଟରେ ମାମଲା ରୁଜୁ ହୋଇଛି। ଅନ୍ୟପଟେ ଛାତ୍ର ମାନେ ମଧ୍ୟ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିବା ଯୋଗୁଁ କର୍ତ୍ତୁପକ୍ଷ ଛାତ୍ର ମାନଙ୍କ ନାଁରେ ଥାନାରେ ପାଲଟା ଅଭିଯୋଗ କରିଛନ୍ତି।

ଆହୁରି ପଢ଼ନ୍ତୁ

ତୀର ମାଡ଼ରେ ଯୁବକଙ୍କ ମୃତ୍ୟୁ

ପିଜି ପ୍ରବେଶିକା ପରୀକ୍ଷାର ସମୟସାମା ଦୃଦ୍ଧି କଲା ଉଚ୍ଚଶିକ୍ଷା ବିଭାଗ

ସନ୍ଦିଗ୍ଧ ଆତଙ୍କୀ ଲିଙ୍କରେ ଭୁବନେଶ୍ୱରରୁ ଜଣକୁ ଉଠାଇ ନେଲା NIA

ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ

ଭଡ଼ା ଘରୁ ମିଳିଲା ଇଞ୍ଜିନିୟରିଂ କଲେଜ ପ୍ରଫେସରଙ୍କ ମୃତଦେହ

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

You might also like