ନୟାଗଡ଼ରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

ନୟାଗଡ଼: ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ। ନୟାଗଡ଼ ଜିଲ୍ଲା ଦଶପଲ୍ଲା ଡ୍ୟାମ୍‌ ଛକ ନିକଟରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ସମେତ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି।

ଆମ୍ବୁଲାନ୍ସଟି ରୋଗୀ ଆଣିବାକୁ ଯାଉଥିବା ବେଳେ ଦଶପଲ୍ଲା ଡ୍ୟାମ୍‌ ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗାଡ଼ିର ଆଗ ଆକ୍ସିଲ ଭାଙ୍ଗିଯିବାରୁ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି।

ଆହତଙ୍କୁ ପ୍ରଥମେ ଦଶପଲ୍ଲା ଡାକ୍ତରଖାରନାରେ ଭର୍ତ୍ତି କରାଯାଇଥିଲା ପରେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

You might also like