ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ୩ ଜୀବନ

ଭୁବନେଶ୍ୱର: ଲଗାଣ ବର୍ଷାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାନ୍ଥ ଭୁଶୁଡ଼ି ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି।

ବାଲେଶ୍ୱର ଜିଲ୍ଲା ରାଇବଣିଆ ଥାନା ଅନ୍ତର୍ଗତ ଭଦୁଆ ଗାଁରେ କାନ୍ଥ ଭୁଶୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଓ ୪ ବର୍ଷର ଝିଅ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ହାତୀଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ଶୋଇଥିବାବେଳେ ଲଗାଣ ବର୍ଷାରେ ଘରର କାନ୍ଥ ଭୁଶୁଡ଼ି ପଡ଼ିଥିଲା।

ସେହିପରି କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଗଣେସ୍ୱରପୁର ନୂଆସାହି ଗାଁରେ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଏହା ତଳେ ଚାପି ହୋଇ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ କୈଳାସ ସାମଲ(୮୦)।  ତାଙ୍କ ସ୍ତ୍ରୀ ଆହତ ହୋଇଛନ୍ତି। ଗତକାଲି ବିଳମ୍ୱିତ ରାତିରେ ସେମାନେ ଶୋଇଥିବା ମାଟି ଘରଟି ହଠାତ୍‌ ଭୁଶୁଡ଼ି ପଡ଼ିଥିଲା। ଫଳରେ ମାଟି କାନ୍ଥ ତଳେ ଚାପି ହୋଇ ଘଟଣାସ୍ଥଳରେ ହିଁ କୈଳାସଙ୍କ  ମୃତ୍ୟୁ ଘଟିଥିଲା।

ପୁରୀ ଜିଲ୍ଲା କୁମ୍ଭାରପଡ଼ାରେ କାନ୍ଥ ଭୁଶୁଡ଼ି ଜଣଙ୍କ ମୃତ୍ୟୁ ଘଟିଛି। ସେ କୁମ୍ଭକାର ନିଯୋଗ ସଂପାଦକ ରସାନନ୍ଦ ବିଶୋୟୀ ବୋଲି ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

You might also like