ରାଜ୍ୟର ଏଇସବୁ ହସ୍ପିଟାଲ୍‌ରେ ପ୍ରତିଷ୍ଠା ହେବ ପ୍ଲାଜ୍‌ମା ବ୍ୟାଙ୍କ

ଭୁବନେଶ୍ୱର: କରୋନା ମୁକାବିଲାରେ ଅସ୍ତ୍ର ସାଜିଛି ପ୍ଲାଜ୍‌ମା ଥେରାପି । ଏଥିଲାଗି ପ୍ଲାଜ୍‌ମା ଥେରାପି ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର । ଏହାକୁ ଦୃଷ୍ଟିରେ ରଖି  ରାଜ୍ୟରେ ଆଉ ୩ଟି ପ୍ଲାଜ୍‌ମା ବ୍ୟାଙ୍କ ପ୍ରତିଷ୍ଠା କରିବା ପାଇଁ ଯୋଜନା କରୁଛନ୍ତି ସରକାର।

କଟକ ଏସ୍‌ସିବି ମେଡିକାଲ କଲେଜ୍ ଏବଂ ରାଉରକେଲା ଆଇଜିଏଚ୍ ପରେ ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ୍, ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଓ ବୁର୍ଲା ଭିମ୍ସାରରେ ପ୍ଲାଜ୍‌ମା ବ୍ୟାଙ୍କ ଖୋଲିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଏଇ ତିନିଟି ପ୍ଲାଜ୍‌ମା ବ୍ୟାଙ୍କ କାର୍ଯ୍ୟକାରୀ ହେଲେ ରାଜ୍ୟରେ ପ୍ଲାଜ୍‌ମା ବ୍ୟାଙ୍କ ସଂଖ୍ୟା ୫ରେ ପହଞ୍ଚିବ।

ସୂଚନାଥାଉ କି, ଗତ ୧୫ ତାରିଖରେ ରାଜ୍ୟରେ ପ୍ରଥମ ଥର ପାଇଁ  କଟକ ଏସ୍‌ସିବି ମେଡିକାଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ପ୍ଲାଜମା ଥେରାପି ବ୍ୟବସ୍ଥା ଉଦ୍‌ଘାଟନ କରିଥିଲେ। ଏହାପରେ ୨୧ ତାରିଖରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ପ୍ଲାଜମା ଥେରାପି ଶୁଭାରାମ୍ଭ କରାଯାଇଥିଲା।

ସେପଟେ ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମନ୍ତ୍ରୀମାନେ ନିଜ ନିଜ ଦାୟିତ୍ୱରେ ଥିବା ଜିଲ୍ଲା ବୁଲି କରୋନା ଆରୋଗ୍ୟଙ୍କୁ ପ୍ଲାଜମା ଦାନ ପାଇଁ ଉତ୍ସାହିତ କରିବେ । ନିରଞ୍ଜନ ପୂଜାରୀଙ୍କୁ ପୁରୀ, ବିକ୍ରମ କେଶରୀ ଆରୁଖଙ୍କୁ କନ୍ଧମାଳ ଓ ଗଂଜାମ ଦାୟିତ୍ୱ ମିଳିଛି।

ସେହିପରି ପ୍ରଫୁଲ୍ଲ ମଲ୍ଲିକଙ୍କୁ ବରଗଡ଼, ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଭଦ୍ରକ ଓ କେନ୍ଦ୍ରାପଡ଼ା, ପଦ୍ମନାଭ ବେହେରାଙ୍କୁ ଝାରସୁଗୁଡ଼ା ଓ ବୌଦ୍ଧ, ପ୍ରତାପ ଜେନାଙ୍କୁ ମୟୂରଭଂଜ ଓ କଟକ, ଅରୁଣ ସାହୁଙ୍କୁ ନୟାଗଡ଼ ଓ ଖୋର୍ଦ୍ଧା, ସୁଦାମ ମାର୍ଣ୍ଡିଙ୍କୁ ସୋନପୁର ଦାୟିତ୍ୱ ମିଳିଛି।

You might also like