ଝଡ଼ତୋଫାନ ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଗତ କିଛି ଦିନ ହେବ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଆଜି କିଛି ସ୍ଥାନରେ ଝଡ଼ତୋଫାନ ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୨ଟା ୪୫ ପର୍ଯ୍ୟନ୍ତ ୯ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ପୁରୀ,ଜଗତସିଂହପୁର, ଖୋର୍ଦ୍ଧା, ବରଗଡ଼ ଓ ନୂଆପଡ଼ା।

You might also like