ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ରାଜ୍ୟର କିଛି ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ମଧ୍ୟ ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, କେନ୍ଦୁଝର, ବାରିପଦା। ଏନେଇ ଭୁନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ରାଜ୍ୟର କିଛି ସ୍ଥାନରେ ଆଜି ବର୍ଷା ହୋଇଥିବା ବେଳେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି। ତେବେ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ବର୍ଷା ଲାଗିକି ରହିବ ନାହିଁ ବୋଲି ପାଣିପାଗ ବିଭାଗ କହିଛି।

ଏଠାରେ ଚିନ୍ତାର ବିଷୟ ହେଉଛି ରାଜ୍ୟରେ ମୌସୁମୀ ଜନିତ ବର୍ଷାର ଅଭାବ ୨୬ ପ୍ରତିଶତ ଥିବା ବେଳେ ସେଥିରେ କୌଣସି ସୁଧାର ଆସିନି।

You might also like