ବର୍ଷା ସହ ବଜ୍ରପାତ ସମ୍ଭାବନା; ୧୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ୧୪ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କଟକ, ପୁରୀ, ଝାରସୁଗୁଡ଼ା।

You might also like