ଫୋନି କ୍ଷୟକ୍ଷତି ପାଇଁ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ଜନ୍ମଦିନ। ହେଲେ ଏଥର ବାତ୍ୟା ଫୋନି ଯୋଗୁ ରାଜ୍ୟରେ ହୋଇଥିବା କ୍ଷୟକ୍ଷତି ଲାଗି ଜନ୍ମଦିନ ପାଳନ ନ କରିବାକୁ ମୁଖ୍ୟମନ୍ତ୍ରୀ ମନସ୍ଥ କରିଛନ୍ତି। ତେଣୁ ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ମୁଖ୍ୟମନ୍ତ୍ରୀ ସମର୍ଥକମାନଙ୍କୁ ଜଣାଇଛନ୍ତି।

ଏହା ପରିବର୍ତ୍ତେ ଅନାଥ ଆଶ୍ରମ, ଦିବ୍ୟଙ୍ଗଙ୍କ ପାଖକୁ ଯାଇ ସେମାନଙ୍କ ପାଇଁ କିଛି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସାଥୀରେ ପିଲାଙ୍କୁ ମଧ୍ୟ ନେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ପୁରୀ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳାରେ ଶୁଭେଚ୍ଛା ଜଣାଇଛନ୍ତି। ଏହି ବାଲୁକା କଳାକୁ ଦେଖିବା ପାଇଁ ବହୁ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି।

You might also like