୯୪ ଟଙ୍କା ଟପିଲା ପେଟ୍ରୋଲ ଦର
ଭୁବନେଶ୍ୱର: ୯୦ ଟପିଲା ପେଟ୍ରୋଲ ଓ ଡିଜେଲ ଦର। ମାଲକାନଗିରିରେ ପେଟ୍ରୋଲ ୯୪ ଟଙ୍କା ପାର୍ କରିଛି। ବର୍ତ୍ତମାନ ମାଲକାନଗିରିରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୦୮ ପଇସା ଥିବା ବେଳେ ଡିଜେଲ ୯୦ ଟଙ୍କା ୬୬ ପଇସା ରହିଛି।
ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୮୯ ଟଙ୍କା ୪୨ ପଇସା ଏବଂ ଡିଜେଲ ୮୬ଟଙ୍କା ୧୩ ପଇସା ରହିଛି। କଟକରେ ପେଟ୍ରୋଲ ଲିଟର ପିଛା ୮୯ ଟଙ୍କା ୭୩ ପଇସା ଏବଂ ଡିଜେଲ ୮୬ ଟଙ୍କା ୪୩ ପଇସା ରହିଛି।
ସେହିପରି ଦିଲ୍ଲୀରେ ଆଜି ପେଟ୍ରୋଲ ଲିଟର ପିଛା ୨୯ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ୩୨ ପଇସା ବୃଦ୍ଧି ପାଇଛି। ଫଳରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୮୮ ଟଙ୍କା ୭୩ ପଇସାରେ ପହଞ୍ଚି ଥିବାବେଳେ ଡିଜେଲ ୭୯ ଟଙ୍କା ୬ ପଇସାରେ ପହଞ୍ଚିଛି। ବାରମ୍ବାର ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ଆସନ୍ତାକାଲି ସକାଳ ୭ଟାରୁ ଦିନ ୧ଟା ଯାଏ ଅର୍ଥାତ୍ ୬ ଘଣ୍ଟା ଯାଏ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ପେଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧି, ଏଲ୍ପିଜି ଗ୍ୟାସ୍ ଦର ବୃଦ୍ଧି, ବେକାରୀ ସମସ୍ୟା, ରାଜ୍ୟରେ ନାରୀ ଓ ଶିଶୁ ନିର୍ଯାତନା, ବିଗିଡ଼ିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଭଳି ଏକାଧିକ ପ୍ରସଙ୍ଗ ନେଇ କଂଗ୍ରେସ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।