୭ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କି.ମି ରହିପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୮ଟା ୩୦ ଯାଏ ୭ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସମ୍ବଲପୁର, ଦେବଗଡ଼, ନୂଆପଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ ବରଗଡ଼।
You might also like