ଆଜି ଶ୍ରୀଜିଉଙ୍କ ସନ୍ଧ୍ୟା ଦର୍ଶନ

ପୁରୀ: ଶ୍ରୀଜିଉଙ୍କ ସନ୍ଧ୍ୟା ଦର୍ଶନ ଆଜି ଅନୁଷ୍ଠିତ ହେବ। ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଭକ୍ତମାନେ ସାଧାରଣ ଦର୍ଶନ କରିପାରିବେ। ଏହାପରେ ସାଧାରଣ ଦର୍ଶନ ବନ୍ଦ ରହିବ।

ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀଗୁଣ୍ଡିଚା ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପୁଲିସ୍‌ କଣ୍ଟ୍ରୋଲ ରୁମ୍‌ ନିକଟରୁ ସ୍ୱତନ୍ତ୍ର ବାରିକେଡ୍‌ କରାଯାଇଛି। ଭକ୍ତମାନେ ସିଂହଦ୍ୱାର ଦେଇ ମନ୍ଦିରକୁ ଯିବେ ଏବଂ ନାକଚଣା ଦ୍ୱାର ପଟେ ପ୍ରସ୍ଥାନ କରିବେ। ଦର୍ଶନ ବ୍ୟବସ୍ଥା ଉପରେ ସମ୍ପୂର୍ଣ୍ଣ ଭାବେ ଗୁରୁତ୍ୱ ଦିଆଯାଇଥିବା ଏସ୍‌ପି କହିଛନ୍ତି।

ଆସନ୍ତାକାଲି ଶ୍ରୀଜିଉଙ୍କ ବାହୁଡା ଯାତ୍ରା ଅନୁଷ୍ଠିତ ହେବ।  ଜନ୍ମବେଦୀରୁ ଫେରିବେ ଶ୍ରୀଜିଉ।  ଏଥିପାଇଁ ନୀତିକାନ୍ତି ଶୃଙ୍ଖଳିତ କରାଯିବା ସହ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

You might also like