କୋଭିଡ୍ କଟକଣା ଭିତରେ ଶ୍ରୀକ୍ଷେତ୍ରରେ ହେବ ଗୋଷାଣୀ ଭସାଣ

ପୁରୀ: ଚଳିତ ବର୍ଷ କୋଭିଡ୍ କଟକଣା ଭିତରେ ହେବ ଗୋଷାଣୀ ଭସାଣ ଉତ୍ସବ। ଏଥିଲାଗି ଆସନ୍ତାକାଲି ଦିନ ୧୦ଟାରୁ ମରଚିକୋଟ ଛକଠାରୁ ସିଂହଦ୍ୱାର ଏବଂ ଶ୍ରୀମନ୍ଦିର ଚାରିପାଖରେ ୧୪୪ ଧାରା ଲାଗୁ କରାଯିବ। ଗୋଷାଣୀଙ୍କ ସହ ମାତ୍ର ୭ ଜଣଙ୍କୁ ଭସାଣି ପାଇଁ ଅନୁମତି ଦେଇଛି ପ୍ରଶାସନ।

ସେମାନଙ୍କୁ ପରିଚୟ ପତ୍ର ଯୋଗାଇ ଦିଆଯିବ। ଶ୍ରୀକ୍ଷେତ୍ରର ପ୍ରମୁଖ ସାତ ସାହି ଓ ଆଖଡା ଦ୍ୱାରା ହେଉଥିବା ୪୦ରୁ ଅଧିକ ଗୋଷାଣୀ ସିଂହଦ୍ୱାରକୁ ଭସାଣ ଆସିବ। ଏହି ଶୋଭାଯାତ୍ରା ସମୟରେ ବାଜା ବାଜିବନି କି ଆଲୋକ ଲାଗିବନି, ଏଭଳିକି ବଡଦାଣ୍ଡକୁ କେହି ଆସିବେ ନାହିଁ।

ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଓ ରାଜ୍ୟ ସରକାରଙ୍କ ପରାମର୍ଶ ଅନୁଯାୟୀ କୋଭିଡ ୧୯ କଟକଣାକୁ ସମ୍ପୂର୍ଣ୍ଣ ପାଳନ କରାଯାଇ ଭସାଣ କରାଯିବ ବୋଲି ଉପଜିଲ୍ଲାପାଳ କହିଛନ୍ତି।

 

You might also like