ଟ୍ରେଡ୍ ୟୁନିୟନର ଭାରତ ବନ୍ଦ ଡାକରାର ଆଜି ଦ୍ୱିତୀୟ ଦିନ

ଆଜି ମଧ୍ୟ ଅଧିକାଂଶ ଜିଲ୍ଲାରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର : ବିଭିନ୍ନ ଟ୍ରେଡ୍ ୟୁନିୟନ ପକ୍ଷରୁ ଜାରି ରହିଥିବା ଆନ୍ଦୋଳନର ଆଜି ଦ୍ୱିତୀୟ ଦିନ। କେନ୍ଦ୍ର ସରକାରଙ୍କ ଶ୍ରମିକ ମାରଣ ନୀତି ବିରୋଧରେ ଦେଶବ୍ୟାପୀ ୧୦ରୁ ଅଧିକ ଟ୍ରେଡ ୟୁନିୟନ ଗତକାଲି ଠାରୁ ଦୁଇ ଦିନିଆ ଧର୍ମଘଟ କରୁଛନ୍ତି।

କାଲି ପ୍ରଥମ ଦିନରେ ବ୍ୟାଙ୍କ, ଶିକ୍ଷାନୁଷ୍ଠାନ ସହ ଦୋକାନବଜାର ବନ୍ଦ ରହିଥିଲା। ଆଜି ସକାଳୁ ସକାଳୁ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ପଡିଛି। ପ୍ରାୟ ୨୦କୋଟି ଶ୍ରମିକ ଧର୍ମଘଟରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ସାମିଲ ହୋଇଛନ୍ତି। ଓଡ଼ିଶାରେ ଧର୍ମଘଟକୁ ବିଜେଡିର ଶ୍ରମିକ ସାମ୍ମୁଖ୍ୟ ଓ କଂଗ୍ରେସ ସମର୍ଥନ କରିଛନ୍ତି।

ଆଜି ବନ୍ଦ ଡାକରାର ଦ୍ୱିତୀୟ ଦିନରେ ଅଧିକାଂଶ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ବର୍ତ୍ତମାନ ସୁଦ୍ଧା ୨୦ରୁ ଅଧିକ ଜିଲ୍ଲାର ଜିଲ୍ଲାପାଳ ନିଜ ନିଜ ଜିଲ୍ଳା ଗୁଡ଼ିକର ଶିକ୍ଷାନୁଷ୍ଠାନ ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି।

ବନ୍ଦକୁ ଦୃଷ୍ଟିରେ ରଖି ଶିକ୍ଷାନୁଷ୍ଠାନଗୁଡ଼ିକର ଛୁଟି ସମ୍ପର୍କରେ ଜିଲ୍ଲାପାଳମାନଙ୍କୁ ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ଦେଇଥିଲା ଉଚ୍ଚଶିକ୍ଷା ବିଭାଗ। ବନ୍ଦ ପାଳନର ପ୍ରଥମ ଦିନରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା।

ଆହୁରି ପଢ଼ନ୍ତୁ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

You might also like