୬ ବର୍ଷ ପରେ ଘରକୁ ଫେରିଲେ ନାଚିକା ଲିଙ୍ଗା

ନାରାୟଣପାଟଣା: ଚାଷୀ ମୂଲିଆ ଆଦିବାସୀ ସଂଘର ନେତା ନାଚିକା ଲିଙ୍ଗା ୬ ବର୍ଷ ପରେ ଘରକୁ ଫେରିଛନ୍ତି। ଜାମିନ୍‌ ପାଇ ଜେଲରୁ ମୁକୁଳିବା ପରେ ଗତ ରାତିରେ ସେ ନିଜ ଗାଁ କୋରାପୁଟ ଜିଲ୍ଲା ନାରାୟଣପାଟଣାର ଭାଲିଆପୁଟକୁ ଫେରିଛନ୍ତି।

ପ୍ରଥମେ ନଦୀ କୂଳରେ ଆଦିବାସୀଙ୍କ ପାରମ୍ପରିକ ବନ୍ଦାପନା, ନୂତନ ବସ୍ତ୍ର ପରିଧାନ କରି ଘରେ ପ୍ରବେଶ କରିଥିଲେ ନାଚିକା ଲିଙ୍ଗା। ଗାଁ ଲୋକେ ଏକ ଶୋଭଯାତ୍ରା କରି ତାଙ୍କୁ ପାଛୋଟି ଆଣିଥିଲେ।

ନାଚିକା ଲିଙ୍ଗାଙ୍କ ବିରୋଧରେ ୪୫ଟି କେସ୍ ଥିଲା। ୨୦୧୪ ଅକ୍ଟୋବରରେ ସେ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିଲେ। ୪୪ଟି ମାମଲାରେ ସେ ନିର୍ଦ୍ଦୋଷରେ ଖଲାସ ହୋଇ ଥିବାବେଳେ ଥାନା ଆକ୍ରମଣ ଅଭିଯୋଗରେ ୬ ବର୍ଷ କୋରାପୁଟ ଜେଲରେ ବିଚାରାଧୀନ କଏଦୀ ଭାବେ ଥିଲେ। କିଛି ଦିନ ତଳେ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲ୍ଲା ଅତିରିକ୍ତ ଦୌରା ଜଜ୍ ନାଚିକାଙ୍କୁ ଜାମିନ ପ୍ରଦାନ କରିଥିଲେ। ଘରକୁ ଫେରିବା ପରେ ନାଚିକା କହିଛନ୍ତି, ଲୋକଙ୍କ ସେବା ସେ ଜାରି ରଖିବେ।

ଆହୁରି ପଢ଼ନ୍ତୁ

କମୁନି କରୋନା ପ୍ରଭାବ; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩୦, ଆଖି ବୁଜିଲେ ୧୬

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ପାଇଁ ପ୍ରସ୍ତାବ

‘ମୋ ବାପାଙ୍କୁ ଅଫିସରେ ଡିଏମ୍‌ ବହୁତ ମାନସିକ ନିର୍ଯାତନା ଦେଉଥିଲେ’

ନଦୀ ଘାଟରେ ଡଙ୍ଗା ଭସାଇବା ମନା

୬ ବର୍ଷ ବିତିଯାଇଥିଲେ ବି ବ୍ୟାରେଜ କାମ ଆଗୋଉନଥିବା ଅଭିଯୋଗ

୭ ଜଣଙ୍କ ଉପରେ ଚଢାଇଦେଇ ଚାଲିଗଲା ଡମ୍ପର

ବିଧାନସଭାରେ ଉଠିଲା ନୟାଗଡ଼ର ପରୀ ହତ୍ୟା ପ୍ରସଙ୍ଗ

ବିଧାନସଭାରେ ପୁରୀ ପୂର୍ବତନ ଏସ୍‌ପିଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ଆଣିଲା କଂଗ୍ରେସ୍‌

ପରୀ ହତ୍ୟା ମାମଲା; ମନ୍ତ୍ରୀ ଅରୁଣ ସାହୁଙ୍କୁ ନେଇ ଉଠିଲା ପ୍ରଶ୍ନ

IIFL ଲୁଟ୍ ଘଟଣାର ପର୍ଦ୍ଦାଫାସ୍,‌ ମାଷ୍ଟରମାଇଣ୍ଡ ଆଉ କେହି ନୁହେଁ କମ୍ପାନୀର..

୨ ଦିନ ପରେ ନାଗାର୍ଜୁନ ବେଶ

‘ଝିଅକୁ ମାରିବାରେ ଅରୁଣ ସାହୁଙ୍କ ହାତ ଅଛି’

You might also like