ଟ୍ରକ୍ ଓ ଟ୍ରେଲର ମୁହାଁମୁହିଁ ଧକ୍କା
ବୌଦ୍ଧ: ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥର ମନମୁଣ୍ଡା ନିକଟରେ ଏକ ଟ୍ରେଲର ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ସୋନପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆହୁରି ପଢ଼ନ୍ତୁ
ମୃତକଙ୍କ ପରିଚୟ ମିଳିପାରି ନାହିଁ। ଜଣେ ଆହତଙ୍କ ଦୁଇ ଗୋଡ଼ କଟିଯାଇଛି।
ଆଜି ଭୋର ପ୍ରାୟ ୫ଟା ବେଳେ ଏହି ଦୁର୍ଘଟଣା ଘଟିଛି। ମନମୁଣ୍ଡା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।