ଫିଟ୍‌ନେସ୍‌ ନ ଥିଲେ ଅବସର !

ଭୁବନେଶ୍ୱର: ଟ୍ୱିନ୍‌ସିଟି ପୋଲିସ୍‌ କର୍ମୀଙ୍କ ଲାଗି ନିର୍ଦ୍ଦେଶନାମା ଜାରି କରିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ନିଜକୁ ଫିଟନେସ୍‌ ନ ରଖିଲେ ବେତନ ବୃଦ୍ଧି ନ ହୋଇପାରେ। ଏଥିସହ ସ୍ୱାସ୍ଥ୍ୟଗତ କାରଣରୁ ମଧ୍ୟ ବାଧ୍ୟତାମୂଳକ ଅବସର ଦିଆଯାଇପାରେ। ଏଭଳି ନିର୍ଦ୍ଦେଶନାମା ଜାରି କରିଛନ୍ତି ପୋଲିସ୍‌ କମିଶନର।

ଆସନ୍ତା ସପ୍ତାହ ମଧ୍ୟରେ ପୋଲିସ୍‌ କର୍ମୀଙ୍କ ଉଚ୍ଚତା ଏବଂ ଓଜନ ମାପ କରାଯିବ। ପୋଲିସ୍‌ କର୍ମୀଙ୍କ ବୟସ ଓ ଉଚ୍ଚତା ଅନୁସାରେ ଆନୁପାତିକ ଓଜନ ସେମାନଙ୍କର କେତେ ରହିଛି ତାହା ମଧ୍ୟ ମପାଯିବ। ପରବର୍ତ୍ତୀ ସମୟରେ ସେମାନଙ୍କର ଓଜନ କେତେ ରହିଛି ଏବଂ କେତେ ରହିବା କଥା ସେନେଇ ମଧ୍ୟ ଜଣାଇ ଦିଆଯିବ।

ସାଧାରଣରେ ୧୯ରୁ ୨୫ ପର୍ଯ୍ୟନ୍ତ ବଡି ମାସ୍‌ ଇଣ୍ଡେକ୍ସ(BMI)କୁ ସ୍ୱାଭାବିକ ଧରାଯାଏ। ହେଲେ ୩୦ BMI ହେଲେ ମେଦବହୁଳତା ଧରାଯାଏ। ତେଣୁ କରୋନା ଭଳି ମହାମାରୀ ସମୟରେ ପୁଲିସ୍‌ କର୍ମୀ ଓ ଅଧିକାରୀ ସୁସ୍ଥ, ସବଳ ଓ କର୍ମଠ ହେବା ନେଇ ବୃତ୍ତିଗତ ଆବଶ୍ୟକତା ରହିଛି। ତେଣୁ ପୁଲିସ୍‌ କର୍ମୀ ସେମାନଙ୍କର ସ୍ୱାସ୍ଥ୍ୟ ପ୍ରତି ଯତ୍ନ ନେବା ଆବଶ୍ୟକତା ରହିଛି। ଯେଉଁମାନେ ଏହି ନିର୍ଦ୍ଦେଶକୁ ଗୁରୁତ୍ୱ ଦେବେ ନାହିଁ, ସେମାନଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନେଇ କମିଶନରେଟ ପୋଲିସ୍‌ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

କରୋନା ସଂକ୍ରମଣ ଭିତରେ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

You might also like