• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର। ବଦଳିଲେ କଟକ-ଭୁବନେଶ୍ୱର ପୋଲିସ କମିଶନର। ସୌମେନ୍ଦ୍ର ପ୍ରିୟଦର୍ଶୀ ହେଲେ ନୂଆ ପୋଲିସ କମିଶନର। ୧୯୯୫ ବ୍ୟାଚ୍ ବରିଷ୍ଠ ଆଇପିଏସ୍ ହେଉଛନ୍ତି ସୌମେନ୍ଦ୍ର ପ୍ରିୟଦର୍ଶୀ। ସେ ଏବେ କ୍ରାଇମବ୍ରାଞ୍ଚ ଏଡିଜି ଅଛନ୍ତି। ଦୀର୍ଘ ଦେଢ ବର୍ଷ ଧରି ସୁଧାଂଶୁ ଷଡଙ୍ଗୀ ପୋଲିସ୍‌ କମିଶନର ବାବେ ଦାୟିତ୍ୱ ନିର୍ବାହ କରିଥିଲେ। ସେ ଏବେ ପୋଲିସ୍‌ ଗୃହ ନିର୍ମାଣ ନିଗମର ସିଏମ୍‌ଡି ଦାୟିତ୍ୱ ତୁଲାଇବେ।

  • ଏମ୍. ଅକ୍ଷୟ ହେଲେ ଅଗ୍ନିଶମ ଓ ହୋମଗାର୍ଡ ଡିଜି।
  • ସୁଧାଂଶୁ ଷଡ଼ଙ୍ଗୀ ହେଲେ ପୋଲିସ ଗୃହ ନିର୍ମାଣ ନିଗମ ଅଧ୍ୟକ୍ଷ।
  • ସିପି ହେବା ପୂର୍ବରୁ ପୋଲିସ ଗୃହ ନିର୍ମାଣ ନିଗମ ଅଧ୍ୟକ୍ଷ ଥିଲେ ସୁଧାଂଶୁ।

୧୯୯୦ ବ୍ୟାଚ୍ ଆଇପିଏସ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ପୁଲିସ କମିଶନର ପଦବୀରୁ ହଟାଇ ପୁଲିସ ହାଉସିଂ ବୋର୍ଡ ସିଏମଡି ଭାବେ ନିଯୁକ୍ତି ଦିଆଯାଇଛି। ଶ୍ରୀ ଷଡ଼ଙ୍ଗୀଙ୍କ ସ୍ଥାନରେ ୧୯୯୫ ବ୍ୟାଚ୍ ଆଇପିଏସ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଭୁବନେଶ୍ୱର-କଟକ ପୁଲିସ କମିଶନର ଭାବେ ଅବସ୍ଥାପିତ କରାଯାଇଛି ।

ପୋଲିସ କମିଶନର ଘୋଷଣା ପରେ OTVକୁ ଏକ୍ସକ୍ଲୁସିଭ୍ ପ୍ରତିକ୍ରିୟା ଦେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ। କହିଲେ- ସରକାର ଏତେ ବଡ଼ ବିଶ୍ୱାସ ରଖି ଦାୟିତ୍ୱ ଦେଇଛନ୍ତି। ଦାୟିତ୍ୱ ସଂପାଦନ ପାଇଁ ଆପ୍ରାଣ ଉଦ୍ୟମ କରିବି।

ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୮୮ ବ୍ୟାଚ୍ ଆଇପିଏସ ଏମ.ଅକ୍ଷୟଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ବଦଳି କରାଯାଇଛି । ସେ କେନ୍ଦ୍ରୀୟ ଡେପୁଟେସନରୁ ଫେରି ପୁଲିସ ହାଉସିଂବୋର୍ଡ ସିଏମଡି ଭାବେ କାର୍ଯ୍ୟ କରୁଥିଲେ। ସତ୍ୟଜିତ ମହାନ୍ତି ଅବସର ନେଇ ଓଡ଼ିଶା ଲୋକସେବା ଆୟୋଗ ଅଧ୍ୟକ୍ଷ ହେବାପରେ ଅଗ୍ନିଶମ ଡିଜି ପଦ ଖାଲି ପଡ଼ିଥିଲା।

ଆହୁରି ପଢନ୍ତୁ : ଲୁଟ୍ ଓ ଛିନତାଇ ରୋକିବ କମିଶନରେଟ ପୁଲିସର‘ସ୍ପେଶାଲ ୨୬’ ଟିମ

Twin-city-police-commissioner-sudhanshu-sarangi-transferred
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories