ବ୍ରିଜ୍‌ ଉପରେ ଚପଲ, ସ୍କୁଟି ରଖି ନଦୀକୁ ଡେଇଁ ପଡ଼ିଲେ ୨ ଭଉଣୀ

ବଲାଙ୍ଗିର: ନଦୀକୁ ଡେଇଁ ପଡ଼ି ୨ ଭଉଣୀ ନିଖୋଜ। ବଲାଙ୍ଗିର ଜିଲ୍ଲା ତୁସୁରା ଥାନା ତେଲ ନଦୀ ବ୍ରିଜ୍‌ ଉପରେ ଆଜି ଏହି ଅଘଟଣ ଘଟିଛି। ବ୍ରିଜ୍‌ ଉପରେ ଗୋଟିଏ ସ୍କୁଟି ଓ ୨ ହଳ ଚପଲ ପଡ଼ି ରହିଥିବା ଦେଖିବାକୁ ମିଳିଛି।

ସେମାନେ ୨ ଭଉଣୀ ଓ ସେମାନଙ୍କ ଘର ଗୁଡ଼ଭେଲା ଅଞ୍ଚଳରେ ବୋଲି ସୂଚନା ମିଳିଛି। ଉଭୟଙ୍କ ବୟସ ୨୦ରୁ ୨୫ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ, ଆଜି ମଧ୍ୟାହ୍ନ ସମୟରେ ୨ ଯୁବତୀ ଏକ ସ୍କୁଟିରେ ଆସି ବ୍ରିଜ୍‌ ଉପରେ ପହଞ୍ଚିଥିଲେ। ଏହାପରେ ଚପଲ ରଖି ୨ ଜଣ ନଦୀକୁ ଡେଇଁ ପଡ଼ିଥିଲେ।

ଖବର ପାଇ ଗୁଡଭେଲା ପୁଲିସ୍‌, ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚାଲୁ ରଖିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୨ ଭଉଣୀଙ୍କ କୌଣସି ପତ୍ତା ମିଳିପାରି ନାହିଁ।

ତେବେ କ’ଣ ପାଇଁ ୨ ଭଉଣୀ ଏପରି ଚରମ ପଦକ୍ଷେପ ନେଲେ ସେ ସମ୍ପର୍କରେ କିଛି ଜଣାପଡ଼ିନି। ପୁଲିସ୍‌ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like