ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ବଣାଇ: ସୁନ୍ଦରଗଡ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ ଡେଙ୍ଗୁଳା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ଘର ଝାଡ଼ଖଣ୍ଡ କିରିବୁରୁ ଅଞ୍ଚଳରେ ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ, ଏକ ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଓଡ଼ିଶା ଆସି କାର୍‌ ଯୋଗେ ଗତକାଲି ବିଳମ୍ବିତ ରାତିରେ ଏମାନେ ଝାଡ଼ଖଣ୍ଡ ଫେରୁଥିଲେ। ଏହି ସମୟରେ ଗାଡ଼ିଟି ଭାରସାମ୍ୟ ଗଛରେ ପିଟି ହୋଇଯାଇଥିଲା। ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ଦୁର୍ଘଟଣାରେ କାର୍‌ଟି ସମ୍ପୂର୍ଣ୍ଣ ଭାବରେ କ୍ଷତିଗ୍ରସ୍ତ ହୋଇଛି।

You might also like