ବାଇକ୍‌ ଦୁର୍ଘଟଣାରେ ୨ ମୃତ; ଜଣେ ଗୁରୁତର

ଫୁଲବାଣୀ(ତ୍ରିନାଥ ବେହେରା): ବାଇକ୍‌ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। କନ୍ଧମାଳ ଜିଲ୍ଲା ଟିକାବାଲି ଥାନା ଅନ୍ତର୍ଗତ ପେନାଗବେରି ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ  କଂସ ପ୍ରଧାନ ଓ ରିଙ୍କୁ ପ୍ରଧାନ। ଗୁରୁତରଙ୍କ ନାଁ  ସାଗର ପ୍ରଧାନ। ମୃତାହତଙ୍କ ଘର ପେନାଗବେରି ଗାଁରେ ବୋଲି ଜଣାପଡ଼ିଛି। ସାଗରଙ୍କୁ ଫୁଲବାଣୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ କୌଣସି କାମରେ ସେମାନେ ଏକ ବାଇକ୍‌ରେ ଟିକାବାଲି ଯାଉଥିଲେ। ଏହି ସମୟରେ ସେମାନଙ୍କର ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବାଇକ୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି।

ଖବର ପାଇ ଟିକାବାଲି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି  ମୃତଦେହକୁ ଜବତ କରି ଡାକ୍ତରଖାନାକୁ ବ୍ୟବଚ୍ଛଦ ପାଇଁ ପଠାଇଥିଲା। ଏଥିସହ ଗୁରୁତର ଭାବେ ଆହତ ହୋଇଥିବା ସାଗରଙ୍କୁ ଫୁଲବାଣୀ ଡାକ୍ତରଖାନାରେ ଭର୍ତ୍ତି  କରାଯାଇଥିଲା।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like