ବିଷ ପିଇ ଦେଇଥିଲେ, ଡାକ୍ତରଖାନା ନେବା ବାଟରେ ଘଟିଲା ଦୁର୍ଘଟଣା

ବଣାଇ: ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ସୁଖା ବନ୍ଧ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମାରୁତି ଭ୍ୟାନ୍‌କୁ ଏକ ଟ୍ରକ୍ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। 

ମୃତକଙ୍କ ମଧ୍ୟରେ ଜଣେ ୧୩ ବର୍ଷୀୟ ନାବାଳକ ଥିବାବେଳେ ଅନ ଜଣେ ମହିଳା ଅଛନ୍ତି। ଅନ୍ୟ ୨ ‌ଆହତଙ୍କୁ ରାଉରକେଲା ଆଇଜିଏଚ୍‌କୁ ସ୍ଥାନାନ୍ତର କରାଯାଇଛି। 

ସୂଚନା ଅନୁସାରେ, ଲମସି ଗାଁର ଜଣେ ବ୍ୟକ୍ତି ବିଷ ପିଇ ଦେଇଥିଲେ। ଏକ ମାରୁତି ଭ୍ୟାନ୍‌ରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଲହୁଣିପଡ଼ା ଡାକ୍ତରଖାନା ନିଆଯାଉଥିବା ବେଳେ ସୁଖା ବନ୍ଧ ନିକଟରେ ଏକ ଟ୍ରକ୍‌ ଭ୍ୟାନ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିଲା। 

ଲହୁଣିପଡ଼ା ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଆହତଙ୍କୁ ହସ୍ପିଟାଲ୍‌ ପଠାଇଥିଲେ। 

ଅନ୍ୟପକ୍ଷେ, ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରକ୍‌ ନେଇ ଡ୍ରାଇଭର ଫେରାର ଅଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

୧୨ରୁ OJEE ପରୀକ୍ଷା

ମିଳିଲାନି କାନ୍ଧ; ଗାଁ ଦାଣ୍ଡରେ ପଡି ରହିଲା ଶବ

You might also like