କଲଭର୍ଟରେ ପିଟି ହୋଇ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ

ବଣାଇ: କଲଭର୍ଟରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲ୍ଲି ଥାନ୍ତା ଅନ୍ତର୍ଗତ ଭାଲୁପାଣିରେ ସଡ଼କ ଦୁର୍ଘଟଣାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଉଭୟ ଗୋଟିଏ ବାଇକ୍‌ରେ ଯାଉଥିବା ବେଳେ ଏକ କଲଭର୍ଟରେ ପିଟି ହୋଇଯାଇଥିଲେ। ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା।

ମୃତକଙ୍କ ପରିଚୟ ମିଳିପାରି ନାହିଁ। ଖବର ପାଇ ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

You might also like