• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ସୋର: ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥ କଲେଜ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଚଳନ୍ତା ଟ୍ରେଲର୍‌‌ ପଛପଟେ ଏକ ସ୍କର୍ପିଓ ଧକ୍କା ହେବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ମୃତକ ୨ଜଣ ପଶ୍ଚିମବଙ୍ଗ ମୁକୁନ୍ଦପୁର ଅଞ୍ଚଳର ସେଖ ମୁର୍ତୁଜା ଓ ଜମାଲ ସାହା।

ସୂଚନା ଅନୁସାରେ, ପଶ୍ଚିମବଙ୍ଗ ମୁକୁନ୍ଦପୁର ଅଞ୍ଚଳରୁ ଏକ ସ୍କର୍ପିଓ କଟକ ବଡ଼ ଡାକ୍ତରଖାନା ଯାଉଥିଲା। ୧୬ନଂ ଜାତୀୟ ରାଜପଥର ସଂପ୍ରସାରଣ କାମ ଚାଲୁଥିବାରୁ ସ୍କର୍ପିଓ ଡ୍ରାଇଭର୍‌ ଜଣକ ଡାଇଭର୍ସନ ଜାଣି ନ ପାରି ଆଗରେ ଯାଉଥିବା ଏକ ଟ୍ରେଲର୍‌କୁ ପଛପଟରୁ ଧକ୍କା ଦେଇଥିଲା।

ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସୋର ଏବଂ ପରେ ବାଲେଶ୍ୱର ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି। ସ୍କର୍ପିଓ ଡ୍ରାଇଭର୍‌ଙ୍କୁ ସୋର ପୋଲିସ୍‌ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି।

Two-killed-in-road-accident-in-soro
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories