ତେଣ୍ଟା ମାଡ଼ରେ ଚାଲିଗଲା ଦୁଇ ଜୀବନ

ପୁରୀ: ବ୍ରହ୍ମଗିରି ଥାନା ଅନ୍ତର୍ଗତ ଡିମିରିସେଣାରେ ପାଣି ପାଇପ୍ ପକାଇବାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ସଂଘର୍ଷ ହୋଇଛି। ଡିମିରିସେଣାର ଶରତ ଭୋଇ ଓ ସୁରିଆ ଭୋଇଙ୍କ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ତେବେ ତେଣ୍ଟା ମାଡ଼ରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ସୂଚନା ଅନୁସାରେ ଡିମିରିସେଣା ହରିଜନ ସାହିର ଶରତ ଭୋଇ ଗାଁ ଦାଣ୍ଡରୁ ପାନୀୟ ଜଳ ପାଇପ୍‌ ଲାଇନ୍‌ରୁ ନିଜ ଘରକୁ ପାଣି ପାଇପ୍‌ର ସଂଯୋଗ କରିଥିଲେ। ତାଙ୍କ ଘର ଠାରୁ ସୁରିଆ ଭୋଇଙ୍କ ପରିବାର ପାଣି ସଂଯୋଗ କରିବା ପାଇଁ ଚାହିଁ ଥିଲେ। କିନ୍ତୁ ଏଥିରେ ଶରତ ରାଜି ହୋଇନଥିଲେ।

ଏହାକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ତେବେ ଏଥିରେ ସୁରିଆ ଭୋଇ ଓ କାଳିଆ ଭୋଇଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ପରିବାରରୁ ୧୪ ଜଣ ଆହତ ମଧ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗୁରୁତର ୭ ଜଣଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ପୋଲିସ ୯ ଜଣଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ଗାଁରେ ଚାପା ଉତ୍ତେଜନା ରହିଥିବାରୁ ପୋଲିସ ମୁତୟନ କରାଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like