ଦିଲ୍ଲୀ ପରେଡ ଦେଖିବେ ଦୁଇ ଓଡ଼ିଆ ଆଦିବାସୀ ଅତିଥି

ଭୁବନେଶ୍ୱର : ଏଥର ଦିଲ୍ଲୀରେ ସାଧାରଣତନ୍ତ୍ର ଦିବସ ପରେଡ ଦେଖିବେ ଦୁଇ ଓଡ଼ିଆ ଆଦିବାସୀ ଅତିଥି। ସେମାନେ ହେଲେ ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ ଧାନଘେରା ଗ୍ରାମପଂଚାୟତର  ହାତୀସହି ଗାଁର ଗଙ୍ଗାଧର ହେମ୍ବ୍ରମ ଓ ବେତନଟୀ ବ୍ଲକ ସନ୍ତରା ପଂଚାୟତ ହୁତାପୁର ଗାଁର ଜାପାନୀ ମାଝୀ ।

କେନ୍ଦ୍ର ଆଦିବାସୀ  ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ଏହି ଦୁଇ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି।  ଏମାନେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ଅଛି।

You might also like