ଟ୍ରେନ୍ ଧକ୍କାରେ ୨ ମୃତ
ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଷ୍ଟେସନ୍ରେ ଟ୍ରେନ୍ ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ସେମାନଙ୍କ ପରିଚୟ ମିଳିପାରି ନାହିଁ।
ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ଜଣେ ବୃଦ୍ଧ ଟ୍ରେନ୍ରୁ ଖସି ପଡ଼ିଥିଲେ ଓ ତାଙ୍କ ଉପରେ ଟ୍ରେନ୍ ଚଢ଼ି ଯାଇଥିଲା। ସେହିପରି ଆଜି ସକାଳେ ଜଣେ ଯୁବକଙ୍କୁ ଟ୍ରେନ୍ ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ବେଙ୍ଗାଲୁରୁ-ଗୌହାଟି ଏକ୍ସପ୍ରେସ୍ ଧକ୍କାରେ ଯୁବକ ଜଣଙ୍କ ପ୍ରାଣ ହରାଇଥିବା ଜଣାପଡ଼ିଛି। ଜିଆରପି ପୁଲିସ୍ ମୃତଦେହ ଜବତ କରିଥିବା ବେଳେ ଘଟଣାର ତଦନ୍ତ କରୁଛି।