ଓଡ଼ିଶାରେ ୩ ଜିଲ୍ଲାକୁ ରେଡ୍‌ ଜୋନ ଘୋଷଣା କଲା କେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଅନେକ ଜିଲ୍ଲାର ସ୍ଥିତିରେ ସୁଧାର ଆସିଛି । ଏହାକୁ ନଜରରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସ୍ଥିତି ସମୀକ୍ଷା କରି ନୂତନ ତାଲିକା ଘୋଷଣା କରିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସମଗ୍ର ଦେଶକୁ  ୩ଟି ଜୋନରେ ବିଭକ୍ତ କରିଛନ୍ତି। ଏହି ଜୋନର ତାଲିକା ଆଜି ଜାରି କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ପ୍ରୀତି ସୁଦାନ ଏହି  ତାଲିକା ସମସ୍ତ ରାଜ୍ୟର ଶାସନ ସଚିବଙ୍କ ନିକଟକୁ ପଠାଇଛନ୍ତି।  ତାଲିକାରେ  ଓଡ଼ିଶାର ତିନୋଟି  ଜିଲ୍ଲାକୁ ରେଡ୍‌ ଜୋନ ଘୋଷଣା କରାଯାଇଛି।

ଓଡ଼ିଶାର ରେଡ୍‌  ଜୋନ ତାଲିକାରେ ଥିବା ଜିଲ୍ଲାଗୁଡ଼ିକ ହେଉଛି, ଯାଜପୁର, ଭଦ୍ରକ ଓ ବାଲେଶ୍ୱର। ସେହିପରି ଅରେଞ୍ଜ ଜୋନରେ ଖୋର୍ଦ୍ଧା ସମେତ ୬ ଜିଲ୍ଲା ଅଛନ୍ତି। ସେଗୁଡିକ ହେଲା ଖୋର୍ଦ୍ଧା, ସୁନ୍ଦରଗଡ଼, କୋରାପୁଟ, ଢେଙ୍କାନାଳ, କଳାହାଣ୍ଡି ଓ କେନ୍ଦ୍ରାପଡ଼ା। ଗ୍ରୀନ୍‌ ଜୋନରେ ରହିଛି ୨୧ଟି ଜିଲ୍ଲା।

ପୂର୍ବରୁ ଖୋର୍ଦ୍ଧା ଜିଲ୍ଲା ରେଡ୍ ଜୋନରେ ସାମିଲ କରାଯାଇଥିଲା । କିନ୍ତୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବା ପରେ ଏହାକୁ ଅରେଞ୍ଜ ଜୋନ ତାଲିକାଭୁକ୍ତ କରାଯାଇଛି।

ବଳକା ଥିବା ୨୧ ଟି ଜିଲ୍ଲାକୁ ଗ୍ରୀନ ଜୋନରେ ସାମିଲ କରାଯାଇଛି। ଯେଉଁ ଜିଲ୍ଲା ଗୁଡିକରେ ଗତ ୨୧ ଦିନ ମଧ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି ସେଗୁଡିକୁ ଗ୍ରୀନ ଜୋନ ଘୋଷଣା କରାଯାଇଛି ।

ସୂଚନାଥାଉ କି, ଦେଶରେ ୧୩୦ଟି ଜିଲ୍ଲାକୁ ରେଡ ଜୋନ ଘୋଷଣା କରାଯାଇଥିବା ବେଳେ ୨୮୪ଟି ଜିଲ୍ଲାକୁ ଅରେଞ୍ଜ ଜୋନ କରାଯାଇଛି । ଗ୍ରୀନ ଜୋନ ତାଲିକାରେ ରହିଛି ୩୧୯ଟି ଜିଲ୍ଲା। ଆସନ୍ତା ସପ୍ତାହରୁ ଏହି ନୂତନ ତାଲିକା କାର୍ଯ୍ୟକାରୀ ହେବ।

ରେଡ ଜୋନ ତାଲିକାରେ ଉତ୍ତରପ୍ରଦେଶର ସର୍ବାଧିକ ୧୯ଟି ଜିଲ୍ଲା ଥିବାବେଳେ ତାମିଲନାଡୁର ୧୨, ମହାରାଷ୍ଟ୍ରର ୧୪, ଦିଲ୍ଲୀର ୧୧ ଏବଂ ପଶ୍ଚିମ ବଙ୍ଗର ୧୦ ଜିଲ୍ଲାର ରହିଛି।

ଆହୁରି ପଢ଼ନ୍ତୁ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

You might also like