ଭୁବନେଶ୍ୱରରୁ ଆଉ ୪୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ସହରରେ ଆଉ ୪୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫ କ୍ୱାରେଣ୍ଟିନ, ୧୦ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏହାକୁ ମିଶାଇ ରାଜଧାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୨କୁ ବୃଦ୍ଧି ପାଇଛି। ୭ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୩୦୮ ସୁସ୍ଥ ହୋଇ ଘରକୁ ଫେରିଲେଣି। ଏବେବି ୨୮୬ ଆକ୍ଟିଭ କେଶ କହିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ ଯୋଗେ ସୂଚନା ଦେଇଛି।

କେଉଁ ଅଞ୍ଚଳରୁ ଆକ୍ରାନ୍ତ ଚିହ୍ନଟ:

ବଡ଼ଗଡ଼ ବ୍ରିଟ କଲୋନି, ପଟିଆ ଅଞ୍ଚଳ, ଶୈଳଶ୍ରୀ ବିହାରରୁ ଜଣେ ଲେଖାଏଁ, ଶୁକ ବିହାରରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ସୂର୍ଯ୍ୟନଗରରୁ ଜଣେ ଦାନ୍ତ ଡାକ୍ତର, ନୀଳାଦ୍ରି ବିହାରରୁ ଜଣେ, ବିଜେବି ନଗରରୁ ଜଣେ, ପଳାଶୁଣିରୁ ଜଣେ, ଘାଟିକିଆରୁ ଜଣେ ଚିହ୍ନଟ ହୋଇଛନ୍ତି।


ରାଜ୍ୟରେ ଆଉ 755 ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ହୋଇଛି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୭୫୫ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୪୭ ରହିଛି।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like