ଭୁବନେଶ୍ୱରରେ ଆଉ ୮୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀକୁ ଚିନ୍ତା ଲୋକାଲ କେଶ୍। ଭୁବନେଶ୍ୱର ସହରରେ ଆଉ ୮୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୪୧ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୪୬। ଏହାକୁ ମିଶାଇ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୦କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୪୯୪ ସୁସ୍ଥ ହୋଇଥିବା ବେଳେ ୧୧ ଜଣଙ୍କ ମୃତ୍ୟୁ ହୋଇଛି। ଏବେବି ୬୨୪ ଆକ୍ଟିଭ କେସ୍ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ରହି ଚିକିତ୍ସିତ ହେଉଛନ୍ତି।

କେଉଁ ଅଞ୍ଚଳରୁ ହେଲେ ଚିହ୍ନଟ:-

ନୟାପଲ୍ଲୀ ତ୍ରିନାଥ ନଗର ବସ୍ତିରୁ ୪ ଲୋକାଲ କଣ୍ଟାକ୍ଟ କେସ୍ ଚିହ୍ନଟ ହୋଇଛନ୍ତି। ଗୌତମନଗର ହରିହର ଏନକ୍ଲେଭରୁ ୩ ଜଣ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି। ଗଙ୍ଗନଗର ପିଚୁ ପଡ଼ିଆ ବସ୍ତିରୁ ୨, ଶୈଳଶ୍ରୀ ବିହାରରୁ ୨, ଦୂରଦର୍ଶନ କେନ୍ଦ୍ର ପାଖରେ ଥିବା ଘରୋଇ ହସ୍ପିଟାଲର ୨ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି।


କାନନବିହାର ଫେଜ୍-୧ରେ ଗୋଟିଏ ପରିବାରରୁ ୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ନୟାପଲ୍ଲୀ ବ୍ରିଟ କଲୋନୀରୁ ୩, ବିଜେବି ନଗରରୁ ୩, ଡମଣାରୁ ୩, ଲକ୍ଷ୍ମୀସାଗରରୁ ୨, ମୈତ୍ରୀବିହାରରୁ ୨ ପଜିଟିଭ ଚିହ୍ନଟ ହୋଇଛନ୍ତି।

ପ୍ରକାଶଥାଉକି, ଓଡ଼ିଶାରେ ଆଉ ୫୯୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୯୧ ଆକ୍ରାନ୍ତଙ୍କ ମଧ୍ୟରୁ ୩୯୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୯୭ରହିଛି।

ଆହୁରି ପଢ଼ନ୍ତୁ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

You might also like