ଭୁବନେଶ୍ୱରରୁ ୫୮୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୫୮୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମସି)। ସେମାନଙ୍କ ମଧ୍ୟରୁ ୩୫୯ ଲୋକାଲ କେଶ ହୋଇଥିବାବେଳେ ୨୨୧ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଆଜି ୩୧୬ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

ଆଜି ସୁଦ୍ଧା ବିଏମସି ଅଞ୍ଚଳରେ ୧୧୮୫୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ୪୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭୨୫୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ୪୫୪୫ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

You might also like