ଭୁବନେଶ୍ୱରରୁ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪୭ ଲୋକାଲ କେସ୍

ଭୁବନେଶ୍ୱର:  ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ କ୍ୱାରେଣ୍ଟିନରେ ଥିବା ବେଳେ ୪୭ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଆଜି ଭୁବନେଶ୍ୱରରେ ଆଉ ୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(BMC)।

କେଉଁ ଅଞ୍ଚଳରୁ କେତେ:-

ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ରିଜର୍ଭ ପୋଲିସ କଲୋନିରୁ ୭, ନୟାପଲ୍ଲୀ ନୂଆସାହିରୁ ୬ ଚିହ୍ନଟ ହୋଇଛନ୍ତି।


ସେହିପରି ବଡ଼ଗଡ଼ରୁ ୫, ସୂର୍ଯ୍ୟନଗରରୁ ୪, ୟୁନିଟ-୧ରୁ ୩ ଚିହ୍ନଟ ହୋଇଛନ୍ତି। ୩ ଜଣ ପୋଲିସ କର୍ମଚାରୀ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବମିଖାଲରୁ ୩ ଏବଂ ଭରତପୁରରୁ ୩ ଲୋକାଲ କଣ୍ଟାକ୍ଟ କେସ୍ ରହିଛି।

ଏହାକୁ ମିଶାଇ ଭୁବନେଶ୍ୱରରେ ସଂକ୍ରମିତଙ୍କ ସଂଖ୍ୟା ୩୪୭୨ ହୋଇଛନ୍ତି। ୨୧୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୮ ଜଣଙ୍କ ମୃତ୍ୟୁ ହୋଇଛି। ଏବେ ବି ୧୩୦୧ ସକ୍ରିୟ କେସ୍ ରହିଛି।

ସେହିପରି ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୬୯୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୨୬ ରହିଛି।୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

You might also like