• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ରାଜ୍ୟରେ ୧୬୦ଟି ସ୍ଥାନରେ ହେବ କୋଭିଡ୍ ଟିକାକରଣ। ଏଥିପାଇଁ ସେସନ୍ ସାଇଟ୍ ନିର୍ଦ୍ଧାରଣ କରାଯାଇଛି। ସରକାରୀ ହସ୍ପିଟାଲ ସହ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ମିଶାଇ ମୋଟ ୧୬୦ଟି ସ୍ଥାନରେ ଟିକାକରଣ କରାଯିବ। ରାଜ୍ୟସ୍ତରରେ କିପରି ପ୍ରସ୍ତୁତି ଚାଲିଛି ସେ ସଂକ୍ରାନ୍ତରେ ମଧ୍ୟ ଆଲୋଚନା ହୋଇଛି। ଟିକାକରଣ ଲାଗି ପର୍ଯ୍ୟାୟ କ୍ରମେ ଉପକରଣ ଆସୁଛି। ଏବେ ଯେତିକି ରହିଛି, ପ୍ରଥମ ପର୍ଯ୍ୟାୟ ଟୀକାକରଣ ପାଇଁ ଅସୁବିଧା ନାହିଁ। ଯେଉଁଠି ଡ୍ରାଏରନ୍ କରାଯାଇଥିଲା ସେଠାରେ ପ୍ରସ୍ତୁତି ସରିଛି। ଆଉ କିଛି ଚିହ୍ନଟ ଚାଲିଛି। ପ୍ରଥମ ପ୍ରତି ସ୍ଥାନରେ ୧୦୦ ଜଣ ଲେଖାଏ ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯିବ। ତେବେ କେବେ ଟିକାକରଣ ହେବ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି କିନ୍ତୁ ଖୁବ ନିକଟରେ ଟୀକାକରଣ ହେବ ବୋଲି ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ।

ଦେଶରେ ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ ଟିକାକରଣ। ଟିକା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନିଆଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ଦେଶର ୩ କୋଟି ଲୋକଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଥମେ ସ୍ୱାସ୍ଥ୍ୟ କର୍ମୀ ଏବଂ ସମ୍ମୁଖ କର୍ମୀଙ୍କୁ ଦିଆଯିବ। ପରେ ୫୦ ବର୍ଷରୁ ଅଧିକ ବୟସ୍କ ଓ ବିଭିନ୍ନ ରୋଗରେ ଆକ୍ରାନ୍ତ ପ୍ରାୟ ୨୭ କୋଟି ଲୋକଙ୍କୁ ଟିକା ଦିଆଯିବ।

ଏପଟେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ଟିକା ନେବାକୁ ଥିବା ୩ ଲକ୍ଷ ୨୮ ହଜାର ସ୍ୱାସ୍ଥ୍ୟ କର୍ମୀଙ୍କ ଡାଟାବେସ୍ ପ୍ରସ୍ତୁତ ହୋଇଛି। ଏହାପରେ ପୋଲିସ୍, ପୌର କର୍ମଚାରୀ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର କର୍ମକର୍ତ୍ତାଙ୍କୁ ଟିକାକରଣ କରାଯିବ।

ଥମିଯାଇଥିବା କରୋନା ପୁଣି ଥରେ କାୟାବିସ୍ତାର କରିବାରେ ଲାଗିଛି। ଗଜପତି ଜିଲ୍ଲାରେ ୨ ଦିନରେ ୨୬ ଶିକ୍ଷକ କରୋନା ପଜିଟିିଭ ଚିହ୍ନଟ ହୋଇଛନ୍ତି। ୨ ଜଣ ଛାତ୍ର ମଧ୍ୟ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ମୋହନା ବ୍ଲକରୁ ସର୍ବାଧିକ ୨୧ ଶିକ୍ଷକ ସଂକ୍ରମିତ ହୋଇଛନ୍ତି। ପଜିଟିଭ ଚିହ୍ନଟ ଶିକ୍ଷକ ଓ ଛାତ୍ରଙ୍କୁ ସ୍କୁଲ ଆସିବା ବାରଣ ହୋଇଛି।

ସେହିପରି କଟକ ଜିଲ୍ଲା ଆଠଗଡ଼ ବ୍ଲକ୍‌ ଅନ୍ତର୍ଗତ ଖଣ୍ଡୁଆଳି ଗାଁରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ପୂର୍ବରୁ ଏହି ଗାଁରୁ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

କଣ୍ଟାକ୍ଟ ଟ୍ରେସିଂରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତଙ୍କ ମଧ୍ୟରୁ ଜଣଙ୍କୁ କଟକ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଛି। ସଂପୃକ୍ତ ଅଞ୍ଚଳରେ ୭ ଜଣିଆ ଡାକ୍ତରୀ ଟିମ୍‌ ଅନୁଧ୍ୟାନ କରୁଛନ୍ତି। ଏହାସହ ଖଣ୍ଡୁଆଳି ଗାଁକୁ କଣ୍ଟେନ୍‌ମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି।

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ  ଜଣ ୧୫୧ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୦୯ ଲୋକାଲ କେସ ଥିବା ଜଣାଯାଇଛି। ୨୯ ଜିଲ୍ଲାରୁ ୨୬୦ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଗୋଟିଏ ଜିଲ୍ଲାରୁ କେହି  ଚିହ୍ନଟ ହୋଇ ନା ଥିବା ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୧୮୬୨ ଥିବା ବେଳେ ସୁସ୍ଥ ହୋଇ ଫେରିଛନ୍ତି ୩୨୭୮୦୩। ରାଜ୍ୟରେ ଆକ୍ଟିଭ କେସ ଅଛି ୨୧୧୫।

Vaccination-will-be-conducted-at-160-different-centres-across-odisha-including-govt
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories