• translate
Rajalaxmi Sahoo

କଟକ: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ସାଂସଦ ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦ ମାମଲାକୁ ନେଇ କଟକ ଫ୍ୟାମିଲି କୋର୍ଟରେ ଆଜି ଉଭୟ ବର୍ଷା ଓ ଅନୁଭବ ହାଜର ହୋଇଛନ୍ତି। ଉଭୟଙ୍କୁ ଆଜି ହାଜର ହେବା ପାଇଁ ଫ୍ୟାମିଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟରୁ କଟକ ଫ୍ୟାମିଲି କୋର୍ଟକୁ ମାମଲା ସ୍ଥାନାନ୍ତର ହୋଇଛି।

ଅନୁଭବଙ୍କ ଦ୍ୱାରା ହୋଇଥିବା ମାମଲାର ଶୁଣାଣି ଦିଲ୍ଲୀର ପଟିଆଲା ହାଉସ କୋର୍ଟ ପରିବର୍ତ୍ତେ କଟକକୁ ସ୍ଥାନାନ୍ତର କରିବା ଲାଗି ବର୍ଷା କରିଥିବା ଆବେଦନ ଉପରେ କିଛିଦିନ ତଳେ ସୁପ୍ରିମକୋର୍ଟ ଶୁଣାଣି କରିଥିଲେ। ଏହି ମାମଲା ପଟିଆଲା ହାଉସ କୋର୍ଟ ବଦଳରେ କଟକ ଫ୍ୟାମିଲି କୋର୍ଟକୁ ସ୍ଥାନାନ୍ତର କରିବା ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

ପୂର୍ବରୁ ଉଭୟ ଅନୁଭବ ଏବଂ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ବିବାହ ବିଚ୍ଛେଦ ପାଇଁ ପୃଥକ ପୃଥକ ଆବେଦନ କରାଯାଇଥିଲା । ଅନୁଭବ ଦିଲ୍ଲୀ ସ୍ଥିତ ପଟିଆଲା ହାଉସ କୋର୍ଟରେ ଏହି ଆବେଦନ କରିଥିଲେ। ଦିଲ୍ଲୀ ପଟିଆଲା ହାଉସ୍‌ କୋର୍ଟରୁ କଟକ ସ୍ଥାନାନ୍ତର କରିବାକୁ ସେ ଏଥିରେ ଆବେଦନ କରିଥିଲେ।  ତେବେ ଏନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଛାଡପତ୍ର ମାମଲାକୁ ସ୍ଥାନାନ୍ତର କରିବାକୁ ବର୍ଷା ଆବେଦନ କରିଥିଲେ।

Other Stories