ଏନ୍‌ଡିଆର୍‌ଏଫ୍‌ ଟିମ୍ ପୁନରୁଦ୍ଧାର କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ଓଡ଼ିଶାରେ ରହିବ

ଭୁବନେଶ୍ୱର: ଓଡ଼ିଶାରେ ‘ଫୋନି’ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ଏନଡିଆର୍‌ଏଫ୍‌ର ୫୦ଟି ଟିମ୍‌ ସାମିଲ ଅଛନ୍ତି। ସେମାନେ ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ ବ୍ୟବସ୍ଥା ପୁନର୍ବାହାଲ କରିବାକୁ ଅଗ୍ରାଧିକାର ଦେଉଛନ୍ତି। ଏନେଇ ସୂଚନା ଦେଇଛନ୍ତି ଏନଡିଆରଏଫ୍‌ ଡିଜି ସତ୍ୟ ନାରାୟଣ ପ୍ରଧାନ।

ଏନ୍‌ଡିଆର୍‌ଏଫ୍‌ ଡିଜି ଶ୍ରୀ ପ୍ରଧାନ ଆଜି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ଓ ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀଙ୍କ ସହ ‘ଫୋନି’ ପ୍ରଭାବିତ ଅଞ୍ଚଳରେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି-“ଏନ୍‌ଡିଆର୍‌ଏଫ୍‌ ଟିମ୍ ପୁନରୁଦ୍ଧାର କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ଓଡ଼ିଶାରେ କ୍ୟାମ୍ପ କରିବ। ଏଥିସହ ଆବଶ୍ୟକ ପଡ଼ିଲେ ଅଧିକ ଏନଡିଆରଏଫ୍ ଟିମ ଅଣାଯିବ। ପୂର୍ବରୁ ଓଡ଼ିଶାରେ ‘ଫୋନି’ ପ୍ରଭାବିତ ଅଞ୍ଚଳରେ ୪୪ ୟୁନିଟ୍ ଏନଡିଆରଏଫ୍‌ କାର୍ଯ୍ୟ କରୁଥିବା ବେଳେ କୋଲକତାରୁ ଆଉ ୬ ୟୁନିଟ ଆସିଛନ୍ତି। ସେମାନେ ୧୫ଟି ଗ୍ୟାସ କଟର ଓ ୫ଟି ପ୍ଳାଜମା କଟର ନେଇ ଆସିଛନ୍ତି। ପ୍ଲାଜମା କଟର ଦ୍ୱାରା ସହଜରେ ଲୁହା ଓ କଂକ୍ରିଟ କଟାଯାଇପାରିବ।”

ଆହୁରି ପଢ଼ନ୍ତୁ

‘ଚାଇନା କମ୍ପାନୀ ଦ୍ୱାରା ଭାରତକୁ ଫାଇଦା’

ସମୁଦ୍ର କୂଳରେ ଏମିତି ଲୁକ୍‌ରେ ମନ୍ଦିରା, ଭାଇରାଲ ହେଲା ଫଟୋ

ଭାରତର ଲଗାତାର ୫ମ ବିଜୟ, ୱେଷ୍ଟଇଣ୍ଡିଜ୍ ଧରାଶାୟୀ

‘ଫୋନି’ ଖୋଲିଦେଲା ଜାଲ୍‌ ରାସନକାର୍ଡ ଗୁମର: ଚାଉଳ ନେଲେ ଟଙ୍କା ପାଇଁ ଆସିଲେନି

ପୋଲାଭରମ୍‌ ପ୍ରକଳ୍ପ ଆଗେଇନେବା ପାଇଁ ଆନ୍ଧ୍ରକୁ ଅନୁମତି

ଦାୟିତ୍ୱହୀନତା: ଉଦ୍ଧାର ହେଲେ ୨ ଶିଶୁପୁତ୍ର, ଜଣେ କାର୍ ଭିତରୁ, ଜଣେ ବନ୍ଦ ଘରୁ

ତିନି ରାଜ୍ୟସଭା ପ୍ରାର୍ଥୀ କୋଟିପତି, ଅମରଙ୍କ ନାଁରେ ରହିଛି ଏମିତି ଅଭିଯୋଗ

ମୋଟ୍ ବ୍ୟୟ ପରିମାଣ ୧ ଲକ୍ଷ ୩୯ ହଜାର କୋଟି  ଛୁଇଁବା ସମ୍ଭାବନା

ରାଜଧାନୀରୁ କାର ଲୁଟ୍ ଘଟଣାର ପର୍ଦ୍ଦାଫାସ

୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଇଲା ସ୍ୱାସ୍ଥ୍ୟ ବିଭାଗ

ପାଠ୍ୟ ପୁସ୍ତକରେ ଏଣିକି ରହିବ କ୍ୟୁଆର କୋର୍ଡ

ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା, ୫ ଦୋଷୀଙ୍କୁ ଆଜୀବନ ଜେଲ୍‌

You might also like