ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ୱେଲ୍‌ମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲିଠୁ ବର୍ଷା ଲାଗି ରହିଛି।

ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ ବୋଲି ଭୁନବେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାକୁ ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସୋନପୁର, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ମୟୂରଭଞ୍ଜ ଓ ଅନୁଗୁଳରେ ପ୍ରବଳ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହି ସବୁ ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ୱାର୍ଣିଂ ଜାରି କରାଯାଇଛି। ଆଜି ସକାଳ ୮ଟା ୩୦ ସୁଦ୍ଧା ପୁରୀରେ ସର୍ବାଧିକ ୧୬୬.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

You might also like